ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ଦାର୍ଜିଲିଂ ଜିଲ୍ଲାର ମିରିକରେ ଅଭାବନୀୟ ଘଟଣା ଘଟିଛି। ଦାର୍ଜିଲିଂ ଜିଲାର ମିରିକରେ ଭୂସ୍ଖଳନ ଯୋଗୁ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରବଳ ବର୍ଷା ଯୋଗୁଁ ଦାର୍ଜିଲିଂ ସହର ଏବଂ ପର୍ଯ୍ୟଟନସ୍ଥଳୀ ମିରିକ ଏବଂ କର୍ସିଓଙ୍ଗକୁ ସଂଯୋଗ କରୁଥିବା ଡୁଡିଆ ଲୁହା ସେତୁ ମଧ୍ୟ ଭୁଶୁଡ଼ି ପଡ଼ିଛି। ପ୍ରବଳ ବର୍ଷା ଯୋଗୁ ସିଲିଗୁଡ଼ି-ଦାର୍ଜିଲିଂ ରାଜ୍ୟ ରାଜପଥ ୧୨ ରେ ଯାନବାହାନ ଚଳାଚଳ ବନ୍ଦ ରହିଛି।
ସ୍ଥାନୀୟ ପ୍ରଶାସନ ଏବଂ ବିପର୍ଯ୍ୟୟ ପରିଚାଳନା ଦଳ ଉଦ୍ଧାର ଏବଂ ରିଲିଫ କାର୍ଯ୍ୟ ଆରମ୍ଭ କରିଛନ୍ତି, କିନ୍ତୁ ନିରନ୍ତର ବର୍ଷା ଏବଂ ଖସିପଡ଼ିବା ରାସ୍ତା ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି କରୁଛି। ପ୍ରଶାସନ ଲୋକମାନଙ୍କୁ ପାହାଡିଆ ରାସ୍ତା ଏବଂ ନଦୀ କୂଳରୁ ଦୂରେଇ ରହିବାକୁ ନିବେଦନ କରିଛି।
ଭୂସ୍ଖଳନ ଯୋଗୁଁ ରାସ୍ତା ଗୁଡିକ କାଦୁଅ ତଳେ ପୋତିହୋଇରହିଛି। ସେପଟେ ଲଘୁଚାପ କ୍ଷେତ୍ର ପ୍ରଭାବରେ ସୋମବାର ସକାଳ ପର୍ଯ୍ୟନ୍ତ ଉପ ହିମାଳୟ ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଦାର୍ଜିଲିଂ , କାଲିମପଙ୍ଗ, କୁଚ୍ ବିହାର, ଜଳପାଇଗୁଡି ଏବଂ ଆଲିପୁରଦୁଆରରେ ଅତି ପ୍ରବଳ ହେବା ନେଇ ସତର୍କତା ଜାରି କରାଯାଇଛି।
ପ୍ରମୁଖ ଖବର
୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ