ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ସାଇନସେସ୍ (ଆଇବିସିଏସ୍‌) ଏବଂ ବିଶ୍ୱବିଦ୍ୟାଳୟର ଏନ୍‌ଏସଏସ୍ ଶାଖା ପକ୍ଷରୁ ସେପ୍ଟେମ୍ବର ମାସ ୨୭ ତାରିଖ ଦିନ ‘ସ୍ୱଚ୍ଛ ଭାରତ ଅଭିଯାନ’ ପରିପ୍ରେକ୍ଷୀରେ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।
ସ୍ୱଚ୍ଛତା, ପରିଚ୍ଛନ୍ନତା ଏବଂ ପରିବେଶ ପ୍ରଦୂଷଣକୁ ରୋକିବା ଦିଗରେ ସଚେତନତା ନେଇ ଆଇବିସିଏସ୍ କ୍ୟାମ୍ପସ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
କାର୍ଯ୍ୟକ୍ରମରେ ଆଇବିସିଏସ୍‌ର ଡିନ ପ୍ରଫେସର ଅୟସ କାନ୍ତ ମହାନ୍ତି, ଆସୋସିଏଟ ଡିନ୍ ପ୍ରଫେସର ମନୋରଞ୍ଜନ ଦାଶ ଏବଂ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଯୋଗ ଦେଇ ସ୍ୱଚ୍ଛତା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।
ଏନ୍‌ଏସ୍‌ଏସ୍ ର ପ୍ରୋଗ୍ରାମ ଅଫିସର ଶ୍ରୀ ଅନନ୍ତ ପ୍ରସାଦ ନନ୍ଦଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ‘କ୍ଲିନ୍ କ୍ୟାମ୍ପସ, ଗ୍ରୀନ୍ କ୍ୟାମ୍ପସ’ ଏବଂ ‘ଏ କ୍ଲିନ୍ ଏନ୍‌ଭାଇରନ୍‌ମେଂଟ ଇଜ ଏ ହେଲ୍‌ଦି ଏନ୍‌ଭାଇରନ୍‌ମେଂଟ’ ସ୍ଲୋଗାନ୍ ଦେଇ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

Leave A Reply

Your email address will not be published.