ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ

0

ଭୁବନେଶ୍ବର: ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା। ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ। ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟର ଆଧାର ଓ ଗ୍ରାମୀଣ ଅର୍ଥନୀତିର ଉତ୍ସ। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ ରାଜ୍ୟସ୍ତରୀୟ “ବିଶ୍ଵ ଅଣ୍ଡା ଦିବସ” ପାଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହା କହିଛନ୍ତି।

ସୂଚନାଯୋଗ୍ୟ, ପ୍ରତି ବର୍ଷ ଅକ୍ଟୋବର ମାସ ଦ୍ଵିତୀୟ ଶୁକ୍ରବାର ଦିନ “ବିଶ୍ଵ ଅଣ୍ଡା ଦିବସ” ପାଳନ କରାଯାଏ। ଅଣ୍ଡାର ଖାଦ୍ୟଗୁଣ ଓ ଏହାର ଉପକାରିତା ବିଷୟରେ ଲୋକଙ୍କୁ ସଚେତନ କରାଇବା ଓ ଅଣ୍ଡା ଉତ୍ପାଦନ ବୃଦ୍ଧି ଉଦ୍ଦେଶ୍ୟରେ ବିଶ୍ଵ ଅଣ୍ଡା ଦିବସ ପାଳନ କରାଯାଉଅଛି।
ଏବେ ଦୈନିକ ପ୍ରାୟ ୧ କୋଟି ୧୭ ଲକ୍ଷ ଅଣ୍ଡା ଉତ୍ପାଦିତ ହେଉଛି। ବାର୍ଷିକ ୩୭୨ କୋଟି ଅଣ୍ଡା ଉତ୍ପାଦନ ହେଉଥିବା ବେଳେ ୨୦୨୯ ସୁଦ୍ଧା ବାର୍ଷିକ ୫୦୦ କୋଟି ଅଣ୍ଡା ଉତ୍ପାଦନ ଲକ୍ଷ୍ୟ ରହିଛି।

ଆମ ରାଜ୍ୟରେ ବାର୍ଷିକ ଅଣ୍ଡାର ମୁଣ୍ଡପିଛା ଉପଲବ୍ଧତା ୮୦ ଗୋଟି ଥିବା ବେଳେ ସୁସ୍ଥ ଶରୀର ପାଇଁ ବାର୍ଷିକ ୧୮୨ ଗୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ମାନ୍ୟବର ମନ୍ତ୍ରୀ ପ୍ରକାଶ କରିଥିଲେ । ତେଣୁ ଅଣ୍ଡା ଉତ୍ପାଦନରେ ଆତ୍ମନିର୍ଭର ହେବା ପାଇଁ ପ୍ରତ୍ୟେକ ବ୍ଲକ୍ ଓ ଜିଲ୍ଲାରେ ଯୁବ ଉଦ୍ୟୋଗୀମାନେ ଆଗେଇ ଆସିବାକୁ ମାନ୍ୟବର ମନ୍ତ୍ରୀ ଆହ୍ଵାନ କରିଥିଲେ। କୃଷି ଓ ବୈଷୟିକ ବିଶ୍ଵ ବିଦ୍ୟାଳୟର କୁଳପତି ପ୍ରଭାତ କୁମାର ରାଉଳ ଅଣ୍ଡା ଉତ୍ପାଦନରେ ଆମ ରାଜ୍ୟକୁ ସ୍ଵାବଲମ୍ବୀ କରାଇବାର ସଂକଳ୍ପ ନେବା ପାଇଁ ଆହ୍ଵାନ ଦେଇଥିଲେ।। “ବିଶ୍ଵ ଅଣ୍ଡା ଦିବସ” ପରିପ୍ରେକ୍ଷୀରେ ଆଜି ଭୁବନେଶ୍ଵରର ବିଭିନ୍ନ ବିଦ୍ୟାଳୟମାନଙ୍କରେ ଅଣ୍ଡାର ଉପାଦେୟ ଗୁଣ ବିଷୟରେ ପିଲାମାନଙ୍କୁ ସଚେତନ କରାଯାଇଥିଲା।

Leave A Reply

Your email address will not be published.