ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ବିଜେପିରେ ମିଶିଲେ ଜୟ ଢୋଲକିଆ

0

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ। ପଦ୍ମ ଧରିଲେ ଜୟ ଢୋଲକିଆ। ବିଜେପିରେ ମିଶିଛନ୍ତି ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଶାତାଧିକ ସମର୍ଥକଙ୍କ ସହ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଢୋଲକିଆ। ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ଜୟ ଢୋଲକିଆ। ଏକ ମିଶ୍ରଣ ପର୍ବ ମାଧ୍ୟମରେ ଢୋଲକିଆ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମିଶ୍ରଣ ପର୍ବରେ ବସନ୍ତ ପଣ୍ଡା, ସୁରେଶ ପୂଜାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବଡ଼ ରାଜନୈତିକ ହଲଚଲ୍ ଦେଖିବାକୁ ମିଳିଛି। ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢ଼ୋଲକିଆଙ୍କ ପୁଅ ଜୟ ଢ଼ୋଲକିଆଙ୍କ ଉପରେ ସଭିଙ୍କ ନଜର ଥିଲା। ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା।

ଜୟ ଢୋଲକିଆ ବିଜେପିରେ ଯୋଗଦେବା ପରେ ନୂଆପଡ଼ା ବିଧାନସଭା ଆସନକୁ ନେଇ ସବୁ ଅଙ୍କ ଏପଟ ସେପଟ ହୋଇଯାଇଛି। ବିଜେଡ଼ି ଦଖଲରେ ଥିବା ନୂଆପଡ଼ା ଆସନରେ ବିଜେପିର ପତିଆର ବଢ଼ିବ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। ଜୟଙ୍କ ବିଜେପିରେ ଯୋଗଦାନ ବିଜେଡିକୁ ଶକ୍ତ ଝଟ୍‌କା ଦେଇଛି ବୋଲି କୁହାଯାଉଛି।

Leave A Reply

Your email address will not be published.