ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ନୂଆପଡା ଡାକ୍ତରଖାନା ଛାତରୁ ଡେଇଁ ସିକ୍ୟୁରିଟି ଗାର୍ଡ ମୃତ

0

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ସିକ୍ୟୁରିଟି ଗାର୍ଡ୍ ହସ୍ପିଟାଲର ପଞ୍ଚମ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ସିକ୍ୟୁରିଟି ଗାର୍ଡ୍ ପଲାସାଗୁଡ଼ା ଗାଁର ଲଘୁତମ ସାହୁ । ତାଙ୍କର ଏଭଳି ଚରମ ପଦକ୍ଷେପ ନେବାର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ, ଲଘୁତମ ଗତ ୫ ମାସ ଧରି ତାଙ୍କର ଦରମା ପାଇ ନଥିଲେ। ଆର୍ଥିକ ସମସ୍ୟା ଯୋଗୁଁ ସେ ଏପରି କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.