ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

0

ଭୁବନେଶ୍ବର: ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି। ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଛି। ‘ବନ୍ଦେ ମାତରମ୍‌’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି।

ଆମର ଜାତୀୟ ଗୀତି ଭାବେ ସ୍ୱୀକୃତ ‘ବନ୍ଦେ ମାତରମ୍‌’ ଗୀତଟିର ରଚୟିତା ହେଉଛନ୍ତି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟ। ଏହି ଗୀତଟି ତାଙ୍କ ଲିଖିତ ‘ଆନନ୍ଦ ମଠ’ ପୁସ୍ତକରେ ସଂଯୋଜିତ ଥିଲା। ଏହି ପ୍ରସିଦ୍ଧ ଗୀତଟି ୧୮୭୫ ମସିହା ସେପ୍ଟେମ୍ବର ୭ ତାରିଖରେ ଲେଖାଯାଇଥିଲା। ୧୮୮୨ ମସିହାରେ ଗୀତଟି ପ୍ରକାଶ ପାଇଥିଲା। ୧୯୫୦ ମସିହା ଜାନୁଆରୀ ୨୪ ତାରିଖରେ ଗୀତଟିକୁ ଜାତୀୟ ଗୀତି ଭାବେ ଚୟନ କରାଯାଇଥିଲା।

Leave A Reply

Your email address will not be published.