ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

0

ନ୍ୟୁଜ୍ ବ୍ୟୁରୋ: ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି। ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି। ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍‌ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି।

ପୀତବାସ ପଣ୍ଡାଙ୍କ ପତ୍ନୀ ସୁସ୍ମିତା ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ମାମଲା ପ୍ରତ୍ୟାହାର ପାଇଁ ତାଙ୍କ ପୁଅ ସୌରଭଙ୍କ ପାଖକୁ ଅଜଣା ନମ୍ବରରୁ ୨ ଥର ଧମକପୂର୍ଣ୍ଣ କଲ୍ ଆସିଛି। ମାମଲା ପ୍ରତ୍ୟାହାର ନ କଲେ ଜୀବନରୁ ମାରିଦେବାକୁ ଧମକ ଦିଆଯାଉଛି। ମୁଖ୍ୟ ଅଭିଯୁକ୍ତ ତଥା ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କ ନାଁ ନେଇ ହତ୍ୟା ଧମକ ଦିଆଯାଉଛି।

ଏହାପରେ ପୀତବାସଙ୍କ ଭାଇ ପୂର୍ଣ୍ଣ ପଣ୍ଡା ବୈଦନାଥପୁର ଥାନାରେ ଏତଲା ଦେଇଥିଲେ। ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ମାଗିଥିଲା ପୀତବାସଙ୍କ ପରିବାର। ତାଙ୍କ ପରିବାରର ଜୀବନ ପ୍ରତି ବିପଦ ଥିବାବେଳେ ଉକ୍ତ ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ ନ କରିବାକୁ ପୀତବାସ ପଣ୍ଡାଙ୍କ ପତ୍ନୀ ବିଚାରପତିଙ୍କୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.