ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଟ୍ୟାଙ୍କରକୁ ପିଟିଲା ବୋଲେରୋ, ୩ମୃତ

0

କଟକ: ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଯାଇଛି। କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

ମିଳିଥିବା ଖବର ଅନୁଯାୟୀ ସୁନ୍ଦରଗଡ଼ ରୁ ପୁରୀ ଯାଉଥିବା ଏକ ବୋଲେର ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡରରେ ଚଡ଼ିଯାଇ ରାସ୍ତା ଆର ପାଖକୁ ଚାଲିଯାଇଥିଲା। ଏହି ସମୟରେ ରାସ୍ତା ଆରପଟେ ଆସୁଥିବା ଏକ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା।

ଦୁର୍ଘଟଣା ଘଟିବା ପରେ ଜାତୀୟ ରାଜପଥ କର୍ମଚାରୀ ଓ ଟାଙ୍ଗୀ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଥିଲେ। ବର୍ତ୍ତମାନ ପଯ୍ୟନ୍ତ ଗୁରୁତର କିମ୍ବା ମୃତକଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ୍ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି ପୋଲିସ।

Leave A Reply

Your email address will not be published.