ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ମୃତ

0

ଅନୁଗୁଳ: ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ୫୫ ନମ୍ବର ଏନଏଚ ଗୋବିନ୍ଦପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ତିନି ଯୁବକ ଏକ ସ୍କୁଟିରେ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ତିନି ଯୁବକଙ୍କର ମୃତ୍ୟୁ ହୋଇଥିଲା। ମୃତକ ମାନେ ଢେଙ୍କାନାଳ ତୁମୁସିଂହା ଥାନା ମାଛିଆ ଗ୍ରାମର ମିଥୁନ ପାତ୍ର, କଟକ ମାହାଙ୍ଗା ଥାନା ଜଳେଶ୍ୱରପୁର ଗ୍ରାମର ଜଗନ୍ନାଥ ଦାଶ ଓ ଅନୁଗୁଳ ବନ୍ତଳା ଥାନା ଅନ୍ତର୍ଗତ କଞ୍ଜା ଗ୍ରାମର ସୁରେନ୍ଦ୍ର ବେହେରା ବୋଲି ଜଣାପଡିଛି।

ଖବର ପାଇ ଗୋବିନ୍ଦପୁର ଫାଣ୍ଡି ପୋଲିସ ଦୁର୍ଘଟଣା ସ୍ଥଳରୁ ଉଦ୍ଧାର କରି ଯୁବକଙ୍କ ମୃତଦେହକୁ ବ୍ୟବଛେଦ ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଗୋବିନ୍ଦପୁର ଫାଣ୍ଡି ପୋଲିସ ଘଟଣାର ତଦନ୍ତ ଚଳାଇଛି।

Leave A Reply

Your email address will not be published.