ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର

0

ଭୁବନେଶ୍ୱର: ରାଜ୍ୟର ୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଜି ବିଧାନସଭାରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି। ପୂର୍ବାପେକ୍ଷା ଅଢ଼େଇ କୋଟି ଅଧିକ ଅନୁଦାନ ଯୋଗାଇ ଦେଇଛନ୍ତି ସରକାର।

ପୂର୍ବରୁ ଏହା ୫ କୋଟି ଟଙ୍କା ଥିବା ବେଳେ ଏବେ ଏହାକୁ ସାଢ଼େ ୭ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଅର୍ଥାତ୍ ଅଢ଼େଇ କୋଟି ଟଙ୍କା ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେ ଆହୁରି କହିଛନ୍ତି, ଦେବୋତ୍ତର ବିଭାଗ ଅଧୀନରେ ଏବେ ରାଜ୍ୟରେ ୧୮ ହଜାରରୁ ଅଧିକ ମନ୍ଦିର ରହିଛି।

Leave A Reply

Your email address will not be published.