ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମହିଳା ଦୃଷ୍ଟିବାଧିତ ୪ ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ

0

ଭୁବନେଶ୍ବର: ଟି-୨୦ ଦୃଷ୍ଟିବାଧିତ ବିଶ୍ୱକପ ଦଳରେ ରହିଥିବା ୪ଜଣ ଓଡ଼ିଆ ଖେଳାଳି ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ବିଜୟୀ ଓଡିଆ ଖେଳାଳିଙ୍କୁ ସମ୍ବର୍ଦ୍ଧନା ଦେବା ସହ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଛନ୍ତି।

ଶ୍ରୀଲଙ୍କାର କଲମ୍ବୋଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା ଟି-୨୦ ବିଶ୍ୱକପରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା ପ୍ରତିନିଧିତ୍ବ କରିଥିଲେ।

ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ। ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀ ଖେଳାଳୀମାନଙ୍କର ଦୃଢ଼ ନିଷ୍ଠା ଓ ଉଲ୍ଲେଖନୀୟ ପ୍ରଦର୍ଶନକୁ ପ୍ରଶଂସା କରି ନିଜର ନିଷ୍ଠା ଓ ଅଧ୍ୟବସାୟ ବଳରେ ଖେଳରେ ଉତ୍କର୍ଷ ପ୍ରଦର୍ଶନ କରି ଆପଣମାନେ, ଦେଶ ଓ ରାଜ୍ୟ ପାଇଁ ଯଶ ଆଣିଛନ୍ତି ବୋଲି କହିଥିଲେ। ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ।

Leave A Reply

Your email address will not be published.