ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ଲାଞ୍ଚ ନେଇ ଧରାପଡ଼ିଲେ ଫରେଷ୍ଟର

0

ଝାରସୁଗୁଡା: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଫରେଷ୍ଟର । ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

ସୂଚନା ଅନୁଯାୟୀ , ଜଣେ ବ୍ୟକ୍ତି ତାଙ୍କ ଜମିରେ ଥିବା କିଛି ଶୁଖିଲା ୟୁକାଲିପଟାସ ଗଛକୁ କାଟି ଅନ୍ୟତ୍ର ପଠାଇବା ପାଇଁ ଅନୁମତି ଦେବାକୁ ଫରେଷ୍ଟର ଗୌରାଙ୍ଗ ସାହୁଙ୍କ ନିକଟରେ ଆବେଦନ କରିଥିଲେ। ହେଲେ ଏଥିପାଇଁ ଅନୁମତି ଦେବାକୁ ଫରେଷ୍ଟର ଶ୍ରୀ ସାହୁ ତାଙ୍କୁ ୫୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏହା ପରେ ସେହି ବ୍ୟକ୍ତି ଜଣଙ୍କ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।

ଯୋଜନା ଅନୁସାରେ ବ୍ୟକ୍ତି ଜଣଙ୍କ ଆଜି ଫରେଷ୍ଟର ଶ୍ରୀ ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟ ପରିସରରେ ଭେଟି ୫୦୦୦ ଟଙ୍କା ଦେଇଥିଲେ। ଫରେଷ୍ଟର ଲାଞ୍ଚ ଅର୍ଥ ଗ୍ରହଣ କରିବା ପରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା। ଭିଜିଲାନ୍ସ ଟିମ୍‌କୁ ଦେଖି ସେଠାରୁ ଦୌଡ଼ି ପଳାଇବାକୁ ଉଦ୍ୟମ କରି ବିଫଳ ହୋଇଥିଲେ ଫରେଷ୍ଟର ଶ୍ରୀ ସାହୁ। ଭିଜିଲାନ୍ସ ଅଧିକାରୀମାନେ ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଥିଲେ। ଫରେଷ୍ଟର ଶ୍ରୀ ସାହୁ ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଥିଲା।

Leave A Reply

Your email address will not be published.