ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଗୋଆ ଅଗ୍ନିକାଣ୍ଡ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

0

ଗୋଆ: ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ)ରୁ ଆହତ ବ୍ୟକ୍ତିଙ୍କୁ ୫୦ହଜାର ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି ମୋଦୀ। ଅଗ୍ନିକାଣ୍ଡରେ ୨୩ ଜଣଙ୍କ ମୃତ୍ୟୁ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କ ସହ କଥା ହୋଇ ମୃତକଙ୍କ ପରିବାରକୁ ଅନୁକମ୍ପା ଘୋଷଣା କରିବା ସହ ଆହତ ବ୍ୟକ୍ତିଙ୍କୁ ସାହାଯ୍ୟ ଘୋଷଣା କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ସାୱନ୍ତ କହିଛନ୍ତି।

ମୋଦୀ ଘଟଣାରେ ପ୍ରତିକ୍ରିୟା ରଖି ଏକ୍ସରେ ଲେଖିଛନ୍ତି, ଗୋଆର ଆରପୋରାରେ ଅଗ୍ନିକାଣ୍ଡ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ। ପ୍ରିୟଜନଙ୍କୁ ହରାଇଥିବା ସମସ୍ତ ପରିବାରକୁ ମୋର ସମବେଦନା ଜଣାଉଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ମୋଦି ଏକ୍ସରେ ପୋଷ୍ଟ କରିଛନ୍ତି।ଶନିବାର ବିଳମ୍ବିତ ରାତିରେ ବିର୍ଚ ବାଇ ରୋମିଓ ଲେନରେ ଥିବା ଏକ ନାଇଟ୍ କ୍ଲବ୍ ରେ ଅଗ୍ନିକାଣ୍ଡ ଘଟି ୨୫ ଜଣଙ୍କର ମୃତ୍ୟୁ ହୋଇଥିଲା।

Leave A Reply

Your email address will not be published.