ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ହିଂସା ରିପୋର୍ଟ

0

ଭୁବନେଶ୍ବର: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମାଲକାନଗିରି ଜିଲ୍ଲା ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇଛନ୍ତି।

ତେବେ ଗତକାଲି ଉପମୁଖ୍ୟମନ୍ତ୍ରୀ ମାଲକାନଗିରି ଗସ୍ତରେ ଯାଇ ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ ଆଲୋଚନା କରିଥିଲେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖି କହିଥିଲେ ଦୁଇ ଗୋଷ୍ଠୀ ଦାବିପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବି। ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଥିଲେ।

ସେପଟେ, ମାଲକାନଗିରିର ଏମ୍‌ଭି ୨୬ରେ ସୁଧୁରୁଛି ସ୍ଥିତି, ଫେରୁଛି ଶାନ୍ତି। ଜିଲ୍ଲାରେ ଇଣ୍ଟରନେଟ୍‌ କଟକଣା ୨୪ ଘଣ୍ଟା ବୃଦ୍ଧି କରାଯାଇଛି। ଆଜି ରାତି ୧୨ ଯାଏଁ କଟକଣା ବଢ଼ିଛି। ସେପଟେ ଆସନ୍ତା ୧୪ରୁ ୧୮ ଯାଏଁ ହେବାକୁ ଥିବା ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ ରହିଛି।

Leave A Reply

Your email address will not be published.