ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ଘରେ ଭିଜିଲାନ୍ସ ରେଡ

0

ସୁନ୍ଦରଗଡ଼: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସିଭିଲ୍ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବିନ୍ଦ୍ର କୁମାର ବାରିକଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ରବୀନ୍ଦ୍ର କୁମାର ବାରିକ ସିଭିଲ ସପ୍ଲାଏ ଅଫିସ୍ ଜୁନିଅର ଆକାଉଣ୍ଟାଣ୍ଟ ଭାବରେ ସୁନ୍ଦରଗଡ଼ରେ କାର୍ଯ୍ୟରତ।

ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ, ଗୋପାଳ ଗାଁରେ ଥିବା ଆବାସିକ ୩ ମହଲା କୋଠା, ତିନି ମହଲା ମାର୍କେଟ କମ୍ପ୍ଲେକ୍ସ ଏବଂ ଜିମ୍, କଲ୍ୟାଣ ମଣ୍ଡପ, ସୁନ୍ଦରଗଡ଼ରେ ଥିବା ତାଙ୍କ କାର୍ଯ୍ୟାଳୟ ଏବଂ ଭଡା ଘରେ ବିଭାଗ ରେଡ୍ କରିଛି।

ବାଲେଶ୍ୱରର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ୩ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଟିମ୍ ବାଲେଶ୍ୱର ଏବଂ ସୁନ୍ଦରଗଡ଼ ଜିଲ୍ଲାର ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି।

Leave A Reply

Your email address will not be published.