ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଅଟୋକୁ ଧକ୍କା ଦେଲା ବାଇକ: ଜଣେ ମୃତ, ୪ ଆହତ

0

ପିପିଲି: ପୁରୀ-ଭୁବନେଶ୍ବର ରାସ୍ତାର ଦାଣ୍ଡମୁକୁନ୍ଦପୁର ଭଗୁଆବାଙ୍କଠାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଅଟୋ-ବାଇକ୍‌ ମଧ୍ୟରେ ଧକ୍କା ହୋଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟପକ୍ଷେ ୫ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ସୂଚନା ଅନୁଯାୟୀ, ଦାଣ୍ଡମୁକୁନ୍ଦପୁରରୁ ଜାତୀୟ ରାଜପଥ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ଅଟୋ ସହ ସମ୍ମୁଖରୁ ଆସୁଥିବା ଏକ ବାଇକ୍‍ର ମୁଁହାମୁଁହି ଧକ୍କା ଲାଗିଥିଲା। ବାଇକ୍‍ ପଛରେ ବସିଥିବା ଜଣେ ଯୁବକ ଛିଟିକି ଯାଇ ରାସ୍ତା ଉପରେ ପଡିଥିଲା। ଫଳରେ ତାର ମୁଣ୍ଡରେ ଗୁରୁତର ଆଘାତ ଲାଗି ପ୍ରଚୁର ରକ୍ତସ୍ରାବ ହେବା ସହ ଘଟଣାସ୍ଥଳରେ ତାର ମୃତ୍ୟୁ ଘଟିଥିଲା। ଅଟୋରେ ଥିବା ୨ଜଣ ମହିଳା ଓ ଶିଶୁଙ୍କ ସମେତ ବାଇକରେ ଥିବା ଅନ୍ୟ ଦୁଇଜଣ ଯୁବକ ମଧ୍ୟ ଆହତ ହୋଇଛନ୍ତି ।

ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଦୁର୍ଘଟଣାଗ୍ରସ୍ତ ଦୁଇଟିଯାକ ଗାଡିକୁ ପୁଲିସ ଜବତ କରିବା ସହ ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି। ମୃତକଙ୍କ ପ୍ରକୃତ ପରିଚୟ ଜଣାପଡିନଥିବା ବେଳେ ତାଙ୍କ ଘର ହରିରାଜପୁର ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି। ମୃତଦେହକୁ ପିପିଲି ଡାକ୍ତରଖାନାରେ ରଖାଯାଇଥିବା ବେଳେ ସୋମବାର ସକାଳେ ବ୍ୟବଚ୍ଛେଦ ପାଇଁ ପୁରୀ ପଠାଯିବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.