ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

0

ଭୁବନେଶ୍ବର: ନୂଆ ବର୍ଷ ଆରମ୍ଭରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। ମୁଖ୍ୟ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ବ ଗ୍ରହଣ କରିବା ପରେ ଅନୁଙ୍କ ସ୍ଥାନରେ ଦେଓରଞ୍ଜନ ସିଂ ହେଲେ ଉନ୍ନୟନ କମିଶନର। ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ପରିଷଦର ସଦସ୍ୟ ଭାବେ ଦାୟିତ୍ୱ ଦିଆଯାଇଛି।

ଶୁଭା ଶର୍ମା ଜଳ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ। ରାଜେଶ ପ୍ରଭାକର ପାଟିଲଙ୍କୁ ରାଜ୍ୟର ସ୍ୱତନ୍ତ୍ର ରିଲିଫ୍ କମିଶନର କରାଯାଇଛି। ଏଥିସହିତ ସେ OSDMAର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ହେମନ୍ତ ଶର୍ମା ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ (ACS) ଭାବେ କାର୍ଯ୍ୟଭାର ସମ୍ଭାଳିବେ।

ଭାସ୍କରଜ୍ୟୋତି ଶର୍ମା ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ପ୍ରଶାସନିକ ସ୍ତରରେ ଜିଲ୍ଲାପାଳଙ୍କ ମଧ୍ୟରେ ମଧ୍ୟ ଅଦଳବଦଳ ହୋଇଛି। ମଧୁସ୍ମିତା ରଥଙ୍କୁ ନୟାଗଡ଼ର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିବା ବେଳେ, ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ଗଜପତି ଜିଲ୍ଲାର ଦାୟିତ୍ୱ ପ୍ରଦାନ କରାଯାଇଛି।

Leave A Reply

Your email address will not be published.