ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି

0

ଭୁବନେଶ୍ବର: ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ କୌଣସି ଅଶ୍ଳୀଳ ନୃତ୍ୟ କରିପାରିବେ ନାହିଁ। ସେହିପରି ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି।

ବିଏମସିର ପ୍ରସ୍ତିତି ବୈଠକ ପରେ ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ଅଶ୍ଳୀଳ ନୃତ୍ୟକୁ ବାରଣ କରାଯାଇଥିବା ବେଳେ ଚୋରି ରୋକିବା ପାଇଁ ଅଧିକ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିପରି ସାଧୁସନ୍ଥଙ୍କ ରହିବା, ଖାଇବା ଏବଂ ଶୌଚାଳୟ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବା ନେଇ ମେୟର କହିଛନ୍ତି ମୋଟ୍ ୭ଟା ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଖଣ୍ଡଗିରି ମେଳା କିପରି ସୁରୁଖୁରୁରେ ସରିବ ସେନେଇ ସମସ୍ତ ପ୍ରକାର ପ୍ରସ୍ତୁତି କରାଯିବ।

Leave A Reply

Your email address will not be published.