ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ପ୍ରଫେସର ଆର୍‌.ଏନ୍‌.ପି ଚୌଧରୀଙ୍କ ପରଲୋକ

0

ଭୁବନେଶ୍ୱର, ଜାନୁଆରୀ ୧୨: ବିଶିଷ୍ଟ ଶିକ୍ଷାବିତ୍‌, ଗବେଷକ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପଦାର୍ଥ ବିଜ୍ଞାନ ବିଭାଗର ପ୍ରଫେସର ଆର୍‌. ଏନ୍‌. ପି. ଚୌଧରୀଙ୍କ ରବିବାର ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା।

ପ୍ରଫେସର ଚୌଧରୀ ସ୍କଟଲାଣ୍ଡର ଏଡିନ୍‌ବର୍ଗ ବିଶ୍ୱବିଦ୍ୟାଳୟରୁ ପି.ଏଚ୍ ଡି ଡିଗ୍ରୀ ହାସଲ କରିଥିବା ବେଳେ ଆଇଆଇଟି ଖଡ଼ଗପୁରର ପଦାର୍ଥ ବିଜ୍ଞାନ ବିଭାଗର ମୁଖ୍ୟ ଭାବେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଥିଲେ। ସେ ଆପ୍ଲାଏଡ ଫିଜିକ୍ସରେ ଗବେଷଣା କରିଥିବା ବେଳେ ଡାଇଲେଟ୍ରିକ୍ ଏବଂ ଫେରୋଇଲେକ୍ଟ୍ରିକ୍ ମ୍ୟାଟେରିଆଲ୍‌ସ ଉପରେ ଅଧିକ ମନୋନୀବେଶ କରିଥିଲେ। ସେ ଅନେକ ଗବେଷଣା ପ୍ରସୂତ ସନ୍ଦର୍ଭ ପ୍ରସ୍ତୁତ କରିଥିବା ବେଳେ ୟୁଏସଏର ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ଗବେଷକଙ୍କ ତାଲିକାରେ ଆପ୍ଲାଏଡ୍ ଫିଜିକ୍ସରେ ଗବେଷଣା କାର୍ଯ୍ୟ ନେଇ କ୍ରମାଗତ ଭାବେ ସ୍ଥାନୀତ ହୋଇଥିଲେ। ତାଙ୍କର ପତ୍ନୀ, ଦୁଇଟି ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ତାଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିବା ସହ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପ୍ରଫେସର ଚୌଧରୀଙ୍କ ମୃତ୍ୟୁ ଗଭୀର କ୍ଷତି ଘଟାଇଲା ବୋଲି କହିଛନ୍ତି।ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ପ୍ରଫେସର ଚୌଧରୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିବା ସହ ସେ ଜଣେ ଉଚ୍ଚକୋଟୀର ଶିକ୍ଷକ ଏବଂ ଗବେଷକମାନଙ୍କର ମାର୍ଗଦର୍ଶକ ଥିଲେ ବୋଲି କହିଛନ୍ତି।

Leave A Reply

Your email address will not be published.