ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ମହାପ୍ରଭୁ କିଭଳି ସୁସ୍ଥ ହେବେ ଜାଣନ୍ତୁ

0

ଭୁବନେଶ୍ୱର: ସ୍ନାନ ପୂର୍ଣ୍ଣମୀ ଦିନ ସର୍ବାଙ୍ଗ ସ୍ନାନ ପରେ ଅସୁସ୍ଥ ହୋଇ ପଡିଥିବା ମହାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରିବା ଲାଗି ଆଜି ଦଶମୂଳ ମହୌଷଧି ଲାଗି କରାଯିବ। ପବିତ୍ର ଏକାଦଶୀ ତିଥି ଅବସରରେ ଆଜି ବିଳମ୍ୱିତ ରାତିରେ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ ପତି ମହାପାତ୍ର ସେବକ ଏହାକୁ ଲାଗି କରିବେ।

ଏହି ମହୌଷଧି ଶ୍ରୀ ଅଙ୍ଗରେ ଉପଚାର କରାଯିବା ପରେ ଜ୍ୱରରେ କମ୍ପୁଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଏଥିସହିତ ଆଜି ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ନୀତି ମଧ୍ୟ ଅନୁଷ୍ଠିତ ହେବ। ଶ୍ରୀଜୀଉମାନେ ରକ୍ତବସ୍ତ୍ର ପରିଧାନ କରିବେ ଓ ଆଜିଠାରୁ ମଧ୍ୟ ମହାପ୍ରଭୁଙ୍କୁ ତୁଳସୀ ଲାଗି କରାଯିବ।

ସ୍ନାନ ପୂର୍ଣ୍ଣିମୀ ପରଠାରୁ  ଅସୁସ୍ଥ ହୋଇପଡିବା ପରେ ମହାପ୍ରଭୁଙ୍କୁ ନୀତିରେ ତୁଳସୀ କିମ୍ୱା ଧଳା ଫୁଲ ବ୍ୟବହାର ହେଉନଥିଲା । 

ଏଠାରେ ଉଲ୍ଲେଖଥାଉକି,ଦଇତାପତି ସେବକଙ୍କ ଉଦ୍ୟମ କ୍ରମେ ମହାପ୍ରଭୁ କ୍ରମଶଃ ସୁସ୍ଥ ହୋଇ ଉଠୁଛନ୍ତି।ପୂର୍ବରୁ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦେଇଥିଲେ, ଯାହା ମହାପ୍ରଭୁଙ୍କ ଠାରେ ଲାଗି କରାଯାଇଛି। ସେହିଭଳି ଶୁଦ୍ଧ ସୁଆର ସେବକ ମହାପ୍ରଭୁଙ୍କୁ ଔଷଧ ଯୋଗାଇ ଦେଇଥିିଲେ।

ଏହି କ୍ରମରେ ଗତକାଲି ମହାପ୍ରଭୁ ଚକାବିଜେ ହେବା ପରେ ସୁସ୍ଥ ହେଉଥିବା ଲକ୍ଷଣ ପ୍ରକାଶ ପାଇଥିଲା । ଏବଂ ପ୍ରଭୁଙ୍କ କବିରାଜ ତୁରନ୍ତ ଶ୍ରୀମନ୍ଦିରକୁ ଦଶମୂଳ ବା ମୋଦକ ବିଜେ କରାଇଥିଲେ। 

ମହାପ୍ରଭୁଙ୍କ ଏହି ନୀତି ପରୋକ୍ଷରେ ଚିକିତ୍ସା ବ୍ୟବସ୍ଥାରେ ଆୟୁର୍ବେଦ ଓ କବିରାଜ ବ୍ୟବସ୍ଥା ଅଧିକ ଗ୍ରହଣୀୟ ଓ କମ ବିପଦପୂର୍ଣ୍ଣ ବୋଲି ସୂଚୀତ କରୁଛି। ଶାଳପର୍ଣ୍ଣି, ଗମ୍ଭାରୀ, ଲବାଙ୍ଗ, କୁଳି, ଫଣଫଣା, କୃଷ୍ଣ ପ୍‍ଣ୍ଣ, ବେଲ, ଖଣିବଥୁ, ପଟଳି, ଖୁଆ, ଅଙ୍କରାନ୍ତି, ଗୋଖରା, ଲମ୍ୱାଗୋତି, ଦେଶୀ ଘିଅ, ମହୁ, ନବାତ, ଖୁଆସର, ଭାଙ୍ଗ ଆଦି ପ୍ରାକୃତିକ ଜଡିବୁଟି ସମ୍ମିଶ୍ରଣରେ ମହାପ୍ରଭୁଙ୍କ ପାଇଁ ଏହି ମୋଦକ ପ୍ରସ୍ତୁତ କରାଯାଇଛି। କବିରାଜ ସେବକମାନେ ଏହି ଔଷଧ ପ୍ରସ୍ତୁତ ସମୟରେ ହବିଷାନ୍ନ ଗ୍ରହଣ କରିଥାନ୍ତି। ଧନ୍ୱନ୍ତରୀ ଆର୍ୟୁବେଦ ଶାସ୍ତ୍ର ଅନୁସାରେ ଏହି ମୋଦକ ପ୍ରସ୍ତୁତ ହୋଇଥାଏ ।

Leave A Reply

Your email address will not be published.