ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଦୁର୍ଦ୍ଧାନ୍ତ ମାଓବାଦୀ ନିହତ

0

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ଦୁର୍ଦ୍ଧାନ୍ତ ମାଓବାଦୀ। ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ମଧ୍ୟ ହୋଇଛି।

ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ନେଇ ବିଶେଷ ସୂତ୍ରରୁ ଖବର ପାଇଥିଲେ ସୁରକ୍ଷାକର୍ମୀ। ଏହାପରେ ସୁରକ୍ଷାକର୍ମୀ ଏବଂ ସ୍ଥାନୀୟ ପୋଲିସ ମିଳିତ ଭାବେ ଆରମ୍ଭ କରିଥିଲେ ସର୍ଚ୍ଚ ଅପରେସନ। ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀ ପ୍ରଥମେ ଗୁଳି ଚାଳନା କରିଥିଲେ। ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଥିଲା। ସୁରକ୍ଷାକର୍ମୀଙ୍କ ପାଲଟା ଜବବାରେ ୬ ଜଣ ମାଓବାଦୀ ନିହତ ହୋଇଛନ୍ତି। ନିହତ ମାଓବାଦୀଙ୍କ ମୁଣ୍ଡ ଉପରେ ଛତିଶଗଡ଼ ସରକାର ୨୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ରକେଟ ଲଞ୍ଚର, ଗ୍ରେନେଡ଼ ସମେତ ଘଟଣାସ୍ଥଳରୁ ଏକେ୪୭, ଆଇଏନଏସଏଏସ ଭଳି ଅନେକ ଅତ୍ୟାଧୁନିକ ବନ୍ଧୁକ ଜବତ କରିଛନ୍ତି ସୁରକ୍ଷା କର୍ମୀ।

Leave A Reply

Your email address will not be published.