ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

0

ଭୁବନେଶ୍ଵର: ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏ ନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଜନଗଣନା ଚାଲିବ। ଏପ୍ରିଲ୍‌ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା ହେବ। ତେବେ ଦ୍ବିତୀୟ ପର୍ଯ୍ୟାୟ ଜନଗଣନା କେବେ ହେବ ସେନେଇ ତାରିଖ ଘୋଷଣା କରାଯାଇ ନାହିଁ।

ଜନଗଣନା କାର୍ଯ୍ୟ ପାଇଁ ରାଜ୍ୟରେ ପ୍ରାୟ ଏକ ଲକ୍ଷ ଗଣନାକାରୀ ନିଯୁକ୍ତ ହେବେ। ପ୍ରଥମ ପର୍ଯ୍ୟାୟ ସମୟରେ ଗୃହ ଗଣନା କରାଯିବ। ଏଥିରେ ଘର ଚିହ୍ନଟ କରାଯିବା ସହ ପରିବାରର ସମ୍ପତ୍ତି ବିବରଣୀ ସଂଗ୍ରହ କରାଯିବ। ଯୋଜନା ଅନୁଯାୟୀ, ଜଣେ ଗଣନାକାରୀ ପ୍ରାୟ ୨୦୦ ପରିବାରର ଦାୟିତ୍ୱ ନେବେ ଏବଂ ୬ ଜଣ ଗଣନାକାରୀଙ୍କ କାର୍ଯ୍ୟକୁ ଜଣେ ସୁପରଭାଇଜର ତଦାରଖ କରିବେ। ପ୍ରତି ଗଣନାକାରୀଙ୍କୁ ସେମାନଙ୍କ ସେବା ପାଇଁ ୨୫,୦୦୦ ଟଙ୍କା ଆର୍ଥିକ ପ୍ରୋତ୍ସାହନ ଦିଆଯିବ।

Leave A Reply

Your email address will not be published.