ଭୁବନେଶ୍ଵର: ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ଆମ ବସ୍’ ସେବା ସମୀକ୍ଷା ବୈଠକରେ ଏହି ଯୋଜନା ଉପରେ ମୋହର ବାଜିଛି। ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ମନୋନୀତ କରାଯାଇଛି। ଆସନ୍ତା ଜାନୁଆରୀ ୩୧ ତାରିଖରେ ଏହି ମହିଳା ଚାଳକମାନେ ଉନ୍ନତମାନର ତାଲିମ ପାଇଁ ପୁନେ ଗସ୍ତ କରିବେ। ସେଠାରେ ସେମାନଙ୍କୁ ବିଶେଷ କରି ଇ-ବସ୍ ଚାଳନା ଏବଂ ଯାନ୍ତ୍ରିକ କୌଶଳ ବାବଦରେ ପ୍ରଶିକ୍ଷଣ ଦିଆଯିବ। ବିଶେଷ କରି ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।
ପ୍ରମୁଖ ଖବର
୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍-ଟ୍ରକ୍ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ