ନ୍ୟୁଜ୍ ବ୍ୟୁରୋ: ଭିଜିଲାନ୍ସ ହାତରେ ଧରାପଡିଛନ୍ତି କଟକ ସଦର ତହସିଲର ଆରଆଇ ଜାନକୀ ରଞ୍ଜନ ମଲ୍ଲିକ। ଏକ ମାମଲାରେ ରିପୋର୍ଟ ଦାଖଲ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଜମି ମାଲିକଙ୍କ ଅଭିଯୋଗ ଆଧାରରେ ଆରଆଇଙ୍କ ଉପରେ ନଜର ରଖିଥିଲା ଭିଜିଲାନ୍ସ । ପ୍ରଥମେ ଜମି ମାଲିକ ଏଥିପାଇଁ ଅନଲାଇନରେ ଆବେଦନ କରିଥିଲେ। କିନ୍ତୁ ଅଭିଯୁକ୍ତ ଆରଆଇ ୨୭.୧.୨୬ରେ ମ୍ୟୁଟେସନ ମାମଲାର ଶୁଣାଣି ପାଇଁ ତାରିଖ ସ୍ଥିର କରିଥିଲେ ଏବଂ ଜମି ମାଲିକଙ୍କୁ ୨୦.୧.୨୬ରେ ଆର୍ଆଇ କାର୍ଯ୍ୟାଳୟରେ ହାଜର ହେବାକୁ କହିଥିଲେ। ଯେତେବେଳେ ଜମି ମାଲିକ ୨୦.୧.୨୬ରେ ଆରଆଇଙ୍କୁ ଭେଟିଥିଲେ। ଆର୍ଆଇ ମଲ୍ଲିକ ଏହି ମାମଲାରେ ରିପୋର୍ଟ ଦାଖଲ କରିବା ପାଇଁ ତାଙ୍କଠାରୁ ୧୦,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। କିନ୍ତୁ ଜମି ମାଲିକ ଲାଞ୍ଚ ଦେବାକୁ ଅକ୍ଷମତା ପ୍ରକାଶ କରିଥିଲେ। ତଥାପି ଆର୍ଆଇ ଜମି ମାଲିକଙ୍କଠାରୁ ଲାଞ୍ଚ ନେବାକୁ ଜିଦ ଧରିଥିଲେ। ଅନ୍ୟ କୌଣସି ଉପାୟ ନ ପାଇ ଜମି ମାଲିକ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ଏହା ପରେ ଓଡ଼ିଶା ଭିଜିଲାନ୍ସର ଏକ ଟିମ୍ ଆଜି ଆରଆଇଙ୍କୁ ତାଙ୍କ କାର୍ଯ୍ୟାଳୟରେ ଜମି ମାଲିକଙ୍କଠାରୁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଗିରଫ କରିଥିଲେ। ଅଭିଯୁକ୍ତ ଆରଆଇଙ୍କଠାରୁ ସମସ୍ତ ଦାଗି ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇ ଜବତ କରାଯାଇଛି।
ପ୍ରମୁଖ ଖବର
କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର