ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁର

0

ନ୍ୟୁଜ୍ ବ୍ୟୁରୋ: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ। ଢେଙ୍କାନାଳ ଗଜମରାରେ ସ୍ଥାପନ ହେବ ବଡ଼ ପ୍ରକଳ୍ପ । ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଓ ଏରୋସ୍ପେସ ସାମଗ୍ରୀ। ୧୭ ହଜାର ୨୫୦ କୋଟି ଟଙ୍କା ନିବେଶ ହେବ। ପ୍ରତ୍ୟକ୍ଷ ଓ ପରୋକ୍ଷରେ ୨୦ ହଜାର ନିଯୁକ୍ତ ସୁଯୋଗ ସୃଷ୍ଟି ହେବ। ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହା ଉପରେ ମୋହର ଲାଗିଛି।

ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫରରୁ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ ଢେଙ୍କାନାଳର ଗଜମରାରେ ୧୧ ଶହ ଏକର ଜମିରେ ନିର୍ମାଣ ହେବ। ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେସ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ। ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ନିୟମାବଳୀ-୨୦୨୬ ପ୍ରଣୟନକୁ କ୍ୟାବିନେଟ୍ ମୋହର ବାଜିଛି।

ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ସେହିପରି ମାର୍ଚ୍ଚ ଯାଏ ଓଡିଶାରୁ ଦୁବାଇ ଓ ସିଙ୍ଗାପୁରକୁ ଜାରି ରହିବ ବିମାନ ଉଡ଼ାଣ। ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଏନେଇ ନିଷ୍ପତ୍ତି ନେବେ।

Leave A Reply

Your email address will not be published.