ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଆପ୍‌ ନେତା ଲକି ଓବେରାୟଙ୍କୁ ଗୁଳି କରି ହତ୍ୟା

0

ପଞ୍ଜାବ: ପଞ୍ଜାବର ଜଳନ୍ଧରରେ ଶୁକ୍ରବାର ଆମ୍ ଆଦ୍‌ମୀ ପାର୍ଟି (ଆପ୍)ର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକ ହେଲେ ଲକି ଓବେରାୟ। ଜଳନ୍ଧରର ଜନଗହଳିପୂର୍ଣ୍ଣ ମଡେଲ ଟାଉନ ଅଞ୍ଚଳରେ ଥିବା ଏକ ଗୁରୁଦ୍ୱାର ବାହାରେ ଏହି ଘଟଣା ଘଟିଛି। ଲକି କାରରେ ବସିଥିବା ସମୟରେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ଉପରେ ଅନେକ ରାଉଣ୍ଡ ଗୁଳି ଚଳାଇଥିଲେ। ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ଲକିଙ୍କ ଦେହରେ ୫ଟି ଗୁଳି ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣକାରୀମାନଙ୍କୁ ଚିହ୍ନଟ କରି ଧରିବା ପାଇଁ ସିସିଟିଭି ଫୁଟେଜ୍ ଯାଞ୍ଚ ଓ ପ୍ରତ୍ୟକ୍ଷଦର୍ଶୀମାନଙ୍କୁ ପଚରାଉଚରା କରାଯାଉଛି। ହତ୍ୟାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହି ଘଟଣା ପରେ ଜଳନ୍ଧର ସହରରେ ଆତଙ୍କ ଖେଳିଯାଇଛି ଏବଂ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଲକି ଓବେରାୟଙ୍କ ପତ୍ନୀ ଆପ୍ ଟିକେଟରେ ମ୍ୟୁନିସିପାଲିଟି ନିର୍ବାଚନ ଲଢ଼ିଥିଲେ, ଯେଉଁଥିରେ ସେ ପରାଜିତ ହୋଇଥିଲେ। ଆପ୍ ସୂତ୍ର ଅନୁସାରେ ଲକି କ୍ୟାଣ୍ଟ ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ରବୀନ୍ଦର କୌର ଥିଆଡାଙ୍କ ଘନିଷ୍ଠ ଥିଲେ।

Leave A Reply

Your email address will not be published.