ଭୁବନେଶ୍ବର:ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଶୁକ୍ରବାର ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୬ ବର୍ଷ ବୟସରେ କାହ୍ନୁଚରଣ ଲେଙ୍କାଙ୍କ ହୃଦଘାତରେ ଦେହାନ୍ତ ହୋଇଛି ।
ନରସିଂମା ରାଓ ସରକାରରେ ୧୯୮୮ମସିହାରୁ ସେ ରାଜ୍ୟସଭା ସାଂସଦ ଭାବେ ପ୍ରତିନିଧିତ୍ୱ କରିଥିଲେ। ୧୯୯୧ରୁ ୧୯୯୪ ପର୍ଯ୍ୟନ୍ତ କେନ୍ଦ୍ର ରେଳମନ୍ତ୍ରୀ ଓ କେନ୍ଦ୍ର କୃଷି ମନ୍ତ୍ରୀ ଭାବେ ସେ କାର୍ଯ୍ୟ କରିଥିଲେ। କଟକ ଚୌଦ୍ୱାରରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ କାହ୍ନୁ ଲେଙ୍କା। ୧୯୭୧ରୁ ୧୯୭୩, ୧୯୭୪ରୁ ୧୯୭୭, ୧୯୮୦ରୁ ୧୯୮୫ ଏବଂ ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।
ଜାନକୀବଲ୍ଲଭ ପଟ୍ଟନାୟକଙ୍କ ସରକାର ଓ ଗିରିଧର ଗମାଙ୍ଗ ସରକାରରେ ମଧ କାହ୍ନୁଚରଣ ଲେଙ୍କା ଥିଲେ କ୍ୟାବିନେଟ ମନ୍ତ୍ରୀ। ଓଡ଼ିଶାରେ କଂଗ୍ରେସ ସରକାରରେ ଶିଳ୍ପ, ରାଜସ୍ୱ, ପରିବହନ, ପଞ୍ଚାୟତିରାଜ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଥିଲେ।
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା