ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

0

ଭୁବନେଶ୍ବର: ବିଜେଡିରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଭାତ ବିଶ୍ୱାଳ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କହିଛନ୍ତି। ଏନେଇ ଦଳର ଉପସଭାପତି ପ୍ରତାପ ଜେନା ଦଳୀୟ ଚିଠି ଜାରି କରିଛନ୍ତି।

ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବା ପରେ ପ୍ରଭାତ ବିଶ୍ୱାଳ ଏହାକୁ ବିରୋଧ କରିଥିଲେ। ସ୍ଥିତି ଜଟିଳ ହେବା ପରେ ଗଣମାଧ୍ୟମରେ ମଧ୍ୟ ପ୍ରତିକ୍ରିୟା ରଖି ଦଳରୁ ଦୂରେଇ ଯିବି ବୋଲି କହିଥିଲେ । ତାଙ୍କ ବକ୍ତବ୍ୟ ଏବଂ ଆଚରଣକୁ ନେଇ ବେଶ ଖପ୍ପା ଥିଲେ ଦଳ ସଭାପତି ନବୀନ ପଟ୍ଟନାୟକ। ଆଉ ଏବେ ପ୍ରଭାତଙ୍କ ଉପରେ ବିଜେଡି ଆକ୍ସନ ନେଇଛି।

ସୂଚନାଯୋଗ୍ୟ, ଆଜି ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ଏହା ଏକପାଖିଆ ନିଷ୍ପତ୍ତି କହି ରୋଷ ଝାଡିଥିଲେ ସେ। ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ପ୍ରଭାତଙ୍କ ସହ ପୁଅ ତଥା ବିଧାୟକ ସୌଭିକ ବିଶ୍ୱାଳ ମଧ୍ୟ ସଂତୃପ୍ତଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ହଙ୍ଗାମା କରିଥିଲେ।

ଦଳର ୪ ହଜାର କୋଟି କିଏ ନେଇଗଲା କହି ବର୍ଷିଥିଲେ ପ୍ରଭାତ। ଦଳ ମୋର ବହୁ କ୍ଷତି କରିଛି, ମୁଁ କିନ୍ତୁ ଦଳର କ୍ଷତି କରି ନାହିଁ ବୋଲି ମଧ୍ୟ କହିଥିଲେ। ପାଣ୍ଡିଆନ୍ ଓ ସୁଜାତା ଦଳ ପାଇଁ କ୍ଷତି କରିଛନ୍ତି। ନବୀନ ବାବୁ ଆଲୋଚନା କରନ୍ତୁ। ଯଦି ଆଲୋଚନା ନ କରିବେ ତେବେ ଦଳଠାରୁ ଦୂରେଇ ଯିବି ବୋଲି ପ୍ରଭାତ କହିଛନ୍ତି।

Leave A Reply

Your email address will not be published.