ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଆସାମରେ ୨୦୯୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ସ୍ୱରାଷ୍ଟ୍ରମନ୍ତ୍ରୀ

0

ଆସାମ: କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆଜି ଆସାମର ଗୁଆହାଟୀରେ ୨୦୯୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି।

ଏହି ଅବସରରେ ସେ କହିଛନ୍ତି ଯେ, ସାର୍ବଜନୀନ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରୋଟନ ଥେରାପି ମେସିନ ପ୍ରଚଳନ କରିବାରେ ଆସାମ ଦେଶର ପ୍ରଥମ ରାଜ୍ୟ ହୋଇଛି। ଏହା ଦ୍ୱାରା କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ଅଧିକ ସୁଦୃଢ଼ ହେବ ବୋଲି ସେ କହିଛନ୍ତି।
ଶ୍ରୀ ଶାହା କହିଛନ୍ତି, ବିଜେପି ନେତୃତ୍ୱାଧୀନ ସରକାରଙ୍କ ଗତ ୧୦ ବର୍ଷର ଶାସନକାଳ ମଧ୍ୟରେ ଆସାମ ଉତ୍ତର ପୂର୍ବାଞ୍ଚଳ ପାଇଁ ଏକ ପ୍ରମୁଖ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ପରିଣତ ହୋଇଛି। ଏହା ସହିତ ସେ ଆଭାସୀ ମାଧ୍ୟମରେ ଅନ୍ୟ କିଛି ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।

Leave A Reply

Your email address will not be published.