ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ସୋଆରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

0

ଶୈକ୍ଷିକ ଉତ୍କର୍ଷତା, ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ସୋଆ ଉପସଭାପତି
ଭୁବନେଶ୍ୱର , ୧୬ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନଙ୍କ ପକ୍ଷରୁ ସୋମବାର ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ସୋଆର ମହିଳା କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ଏହି ଅବସରରେ ଶ୍ରୀମତି ଦାସ ନିଜର ଅଭିଭାଷଣରେ କହିଛନ୍ତି ଯେ ପ୍ରତ୍ୟେକ ଅନୁଷ୍ଠାନର ସ୍ୱତନ୍ତ୍ର ଭୂମିକା ରହିଛି । ଶୈକ୍ଷିକ ଉତ୍କର୍ଷତା, ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର।

ଶ୍ରୀମତି ଦାସ କହିଥିଲେ ଯେ ମହିଳାମାନେ ସବୁ କ୍ଷେତ୍ରରେ ନିଜର ପାରଦର୍ଶିତା ଦେଖାଇପାରୁଥିବା ବେଳେ ପରସ୍ପରକୁ ସାହାଯ୍ୟ ଓ ସହଯୋଗ କରିବାର ଆବଶ୍ୟକତା ରହିଛି। କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ମହିଳାମାନେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ପାଇଁ ଉଦାହରଣ ପାଲଟିଛନ୍ତି ବୋଲି ଆନନ୍ଦ ବ୍ୟକ୍ତ କରିଛନ୍ତି ଶ୍ରୀମତି ଦାସ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର ନୀତା ମହାନ୍ତି, ସୋଆର କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ସୋଆ ଓ ସୁମା ରିୟଲ ମିଡିଆର ମହିଳା ନେତୃବର୍ଗ ନିଜର ବକ୍ତବ୍ୟରେ ନାରୀ ସଶକ୍ତୀକରଣ ଏବଂ ଅଧିକାର ସମ୍ପର୍କରେ ଆଲୋକପାତ କରିଥିଲେ। ନିଜ ଅନୁଭୂତି ବଖାଣି ଏହି ପ୍ରମୁଖ ମହିଳାମାନେ ଝିଅମାନଙ୍କ ସମେତ ପୁଅମାନଙ୍କୁ ମଧ୍ୟ ଉପଯୁକ୍ତ ସଂସ୍କାର ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଏହି ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ରୁଚି ଭୂୟାଁ, ସମ୍ ନର୍ସିଂ କଲେଜର ନିର୍ଦ୍ଦେଶିକା ପ୍ରଫେସର ପ୍ରଭାତୀ ତ୍ରିପାଠୀ ଓ ଏସ୍‌ଏନ୍‌ସି -୧ର ଡିନ୍ ପ୍ରଫେସର ସସ୍ମିତା ଦାସଙ୍କ ସମେତ ବିଭିନ୍ନ ବିଭାଗୀୟ ମୁଖ୍ୟ, ପ୍ରଫେସର, ଫ୍ୟାକଲି୍ଟ, କାର୍ଯ୍ୟରତ ମହିଳା କର୍ମଚାରୀ ଏବଂ ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ମହିଳା ସାମ୍ବାଦିକମାନେ ଯୋଗ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଆଡିସ୍‌ନାଲ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିିଆର୍ , ପ୍ରଫେସର ରେଣୁ ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.