ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଏସସିବି ଅଗ୍ନିକାଣ୍ଡ ପରେ ୪ ଜଣଙ୍କୁ ନିଲମ୍ବନ

0

କଟକ: କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସସିବି) ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଠୋର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଚାରିଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।
ନିଲମ୍ବିତ ଅଧିକାରୀମାନେ ହେଲେ ଡେପୁଟି ଫାୟାର ଅଫିସର ପ୍ରକାଶ ଜେନା, ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ ବେହେରା, ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ ବିଶ୍ୱାଳ।

ଗତ ରବିବାର ରାତିରେ ଟ୍ରମା କେୟାର ଆଇସିୟୁରେ ଘଟିଥିବା ଅଗ୍ନିକାଣ୍ଡରେ ଦଶରୁ ଅଧିକ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ସେତେବେଳେ ଆଇସିୟୁରେ ୨୩ ଜଣ ରୋଗୀ ଥିଲେ। ଅଗ୍ନିକାଣ୍ଡ ପରେ ଗୁରୁତର ରୋଗୀମାନଙ୍କୁ ଅନ୍ୟ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା।
ଘଟଣା ପରେ ମୁଖ୍ୟମନ୍ତ୍ରୀ ସ୍ଥଳ ପରିଦର୍ଶନ କରି ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଥିଲେ ଏବଂ ଘଟଣାର ବିଚାରବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଏହା ସହ ଆଜି ନନ୍-ଟ୍ରମା କାଜୁଆଲଟିରେ ମଧ୍ୟ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିଲା, କିନ୍ତୁ ସମୟରେ ଅଗ୍ନିଶମ ଦଳ ପହଞ୍ଚି ଅବସ୍ଥାକୁ ନିୟନ୍ତ୍ରଣରେ ଆଣିଥିଲେ। ବର୍ତ୍ତମାନ ସ୍ଥିତି ସାଧାରଣ ରହିଛି।

Leave A Reply

Your email address will not be published.