ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଭୁଶୁଡ଼ିଲା ଶୀତଳ ଭଣ୍ଡାର: ୪ ମୃତ, ଆମୋନିଆ ଗ୍ୟାସ୍‌ ଲିକରେ ଆତଙ୍କ

0

ଉତ୍ତରପ୍ରଦେଶ: ପ୍ରୟାଗରାଜରେ ଥିବା ଗୋଟିଏ ବିରାଟ ଶୀତଳ ଭଣ୍ଡାରର କିଛି ଅଂଶ ଭୁଶୁଡ଼ି ପଡ଼ିବାରୁ ୪ ଜଣଙ୍କ ମୃତ୍ୟୁ ଓ ୧୨ ଜଣ ଆହତ ହୋଇଛନ୍ତି। ଘଟଣା ପରେ ଆମୋନିଆ ଗ୍ୟାସ୍‌ ଲିକ ହେବାରୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି।

ଅଧିକାରୀମାନଙ୍କ ଅନୁସାରେ, ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଏବଂ କିଛି ଲୋକ ଏବେ ବି ଧ୍ୱଂସାବଶେଷ ତଳେ ଫସି ରହିଥିବା ଆଶଙ୍କାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବରିଷ୍ଠ ପୁଲିସ ଅଧିକାରୀ କୁଲଦୀପ ଗୁନାୱତ କହିଛନ୍ତି, ହଠାତ୍‌ ଭୁଶୁଡ଼ିବାରୁ ଅନେକ ଶ୍ରମିକ ଚାପି ପଡ଼ିଥିଲେ, ଯେଉଁମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଯାଇଛି। ଉଦ୍ଧାର କାର୍ଯ୍ୟରେ ପୁଲିସ୍‌, ଅଗ୍ନିଶମ ବିଭାଗ ସହ ଏନଡିଆରଏଫ ଓ ଏସଡିଆରଏଫ ଟିମ୍‌ ନିୟୋଜିତ ହୋଇଛନ୍ତି। ବାରାଣସୀରୁ ଏକ ଏନଡିଆରଏଫ ଦଳ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛି।

ଦୁର୍ଘଟଣାଗ୍ରସ୍ତ ଶୀତଳ ଭଣ୍ଡାରର ସମ୍ପର୍କ ସମାଜବାଦୀ ପାର୍ଟିର ପୂର୍ବତନ ବିଧାୟକ ଅନସାରୀ ଅହମଦଙ୍କ ସହ ଥିବା କୁହାଯାଉଛି। ଘଟଣାର କାରଣ ଖୋଜିବା ପାଇଁ ତଦନ୍ତ ଆରମ୍ଭ ହୋଇଛି ଓ ବିଭାଗୀୟ ଅଧିକାରୀଙ୍କ ଭୂମିକା ମଧ୍ୟ ସନ୍ଦେହ ଘେରକୁ ଆସିଛି।ଯୋଗୀ ଆଦିତ୍ୟନାଥ ଘଟଣାରେ ଶୋକ ପ୍ରକାଶ କରି ଆହତମାନଙ୍କୁ ମାଗଣା ଚିକିତ୍ସା ଯୋଗାଇବା ସହ ମାଜିଷ୍ଟେରିଆଲ୍‌ ତଦନ୍ତ ଆଦେଶ ଦେଇଛନ୍ତି।

ସେହିପରି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପା ଘୋଷଣା କରାଯାଇଛି। ରାଜ୍ୟ ସରକାର ମଧ୍ୟ ସମାନ ରାଶି ସହାୟତା ଦେବାକୁ କହିଛନ୍ତି।

Leave A Reply

Your email address will not be published.