ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶା ସଫଳ କାହିଁକି? ରହସ୍ୟ ଖୋଲିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ବିପର୍ଯ୍ୟୟରେ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା ପାଇଁ ରାଜ୍ୟ ସରକାର ଅନେକ ଫଳପ୍ରଦ ପଦକ୍ଷେପ ଗ୍ରହଣ କରିଆସିଛନ୍ତି। ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗିଦାରୀ ମୂଳକ ହେବା ଉଚିତ। ସେ କହିଥିଲେ ଯେ ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ବିଭିନ୍ନ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା କାର୍ଯ୍ୟକ୍ରମ ହେଉଛି ଆମର ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗୀର ମୂଳନୀତି । ରାଜ୍ୟ ପ୍ରଶାସନକୁ ଅଭିଜ୍ଞତା ପ୍ରସୂତ ଏସଓପି ପାଳନ ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସେ କହିଥିଲେ, ଗୋଷ୍ଠୀଭିତ୍ତିକ ପ୍ରସ୍ତୁତି କାର୍ଯ୍ୟକ୍ରମକୁ ସଂସ୍ଥାଗତ ଢାଞ୍ଚା ପ୍ରଦାନ କରିବାରେ ଓଡିଶା ସର୍ବାଗ୍ରେ ରହିଛି। ଗୋଷ୍ଠୀଭିତ୍ତିକ ପରିଚାଳନାରେ ଆମର ଅଭିଜ୍ଞତା କୋଭିଡ ପରିଚାଳନାରେ ମଧ୍ୟ ବହୁ ପରିମାଣରେ ଉପାଦେୟ ହୋଇପାରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ୩ ମାସ ଧରି କୋଭିଡ ୧୯ ମହାମାରୀ ରାଜ୍ୟର ଜନସାଧାରଣଙ୍କ ଦୈନନ୍ଦିନ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି। ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡିଶା ଆଜି ଏ କ୍ଷେତ୍ରରେ ଭଲ ସ୍ଥିତିରେ ରହିଛି। ଏହି ଅବସରରେ କୋଭିଡ ମୁକାବିଲାରେ ଜନସାଧାରଣଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।

ଆମ ରାଜ୍ୟ ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ବୋଲି ସୂଚନା େଦଇ ନବୀନ କହିଥିଲେ, ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଆମେ ଅନେକ ବିପଦର ସମ୍ମୁଖୀନ ହେଉଥିଲେ ମଧ୍ୟ ଆମେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବାପାଇଁ ପ୍ରସ୍ତୁତ। ଗତ ବର୍ଷ ଫନି ଓ ବୁଲବୁଲ ଭଳି ବାତ୍ୟା ସହିତ ବନ୍ୟା, ବର୍ଷା ଏବଂ ଅନେକ ସ୍ଥାନୀୟ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଚଳିତ ବର୍ଷ ମଧ୍ୟ ଉତ୍ତର ଉପକୂଳ ଜିଲ୍ଲା ଗୁଡିକ ମଇ ମାସର ତୃତୀୟ ସପ୍ତାହରେ ମହାବାତ୍ୟା ଅମ୍ଫାନ ଦ୍ବାରା ପ୍ରଭାବିତ ହୋଇଥିଲେ। ଓଡିଶାର ଜନସାଧାରଣଙ୍କ ସହଯୋଗରେ ଆମେ କେବଳ ଏହିସବୁ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ସଫଳ ହୋଇନାହୁଁ, ତା ସହିତ ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗକୁ ମଧ୍ୟ ତାର ବିପଦ ସମୟରେ ସହାୟତା ଯୋଗାଇ ଦେଇପାରିଛୁ।

ସବୁବେଳେ ଅତୀତର ବିପର୍ଯ୍ୟୟ ଗୁଡିକରୁ ଆମେ ଶିକ୍ଷା ଗ୍ରହଣ କରିଆସିଛୁ ଏବଂ ସମ୍ଭାବ୍ୟ ଦୁର୍ବିପାକ ପାଇଁ ପ୍ରସ୍ତୁତିରେ ଉନ୍ନତି ଆଣିବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରହିଛି। ‘ଅଭିଜ୍ଞତାରୁ ଶିକ୍ଷା’ ଏବଂ ‘ପରବର୍ତ୍ତୀ ପ୍ରସ୍ତୁତି’ରେ ଉନ୍ନତିର ଏହି ନିରନ୍ତର ପ୍ରକ୍ରିୟା ପାଇଁ ଆମକୁ ସବୁ କ୍ଷେତ୍ରରୁ ପ୍ରଶଂସା ମିଳିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ୍‌ ସମୟରେ ଆସିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଚଳିତ ବର୍ଷ ଭଲ ବର୍ଷା ହେବାର ଆଶା ରହିଛି। ଜୁନ୍‌ ଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଖୁବ୍‌ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ। ଏହିସବୁ ବିପର୍ଯ୍ୟୟ ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି କୋଭିଡ ଠାରୁ ଆରମ୍ଭ କରି ଅମ୍ଫନ, ବୁଲବୁଲ, ପଙ୍ଗପାଳ ପର୍ଯ୍ୟନ୍ତ ବିଭିନ୍ନ ଦୁର୍ବିପାକ ନିରାକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।

ସମ୍ଭାବ୍ୟ ବାତ୍ୟା ଓ ବନ୍ୟାର ମୁକାବିଲା ନିମନ୍ତେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ସଂପର୍କରେ ବୈଠକରେ ସୂଚନା ଦିଆଯାଇଥିଲା। ଜୁନ ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ପ୍ରତି ଜିଲ୍ଲା ସଦର ମହକୁମାରେ ନିୟନ୍ତ୍ରଣ କକ୍ଷ ଖୋଲା ଯାଇଥିବା ବେଳେ ଟେଲି ଯୋଗାଯୋଗ ସୁବିଧା ନ ଥିବା ବନ୍ୟାପ୍ରବଣ ଅଞ୍ଚଳରେ ୧୫ଟି ଅସ୍ଥାୟୀ ଭି.ଏଚ୍‌.ଏଫ କେନ୍ଦ୍ର ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି। ୨୦ଟି ଓଡ୍ରାଫ ଟିମ୍‌କୁ ଆବଶ୍ୟକୀୟ ଜରୁରୀକାଳୀନ ସହାୟତା ସହିତ ଜାଗତିଆର ରଖାଯାଇଛି। ବିଭିନ୍ନ ନଦୀବନ୍ଧ ମାନଙ୍କରେ ୪୯ଟି ଦୁର୍ବଳ ସ୍ଥାନ ଚିହ୍ନଟ କରାଯାଇଛି ଏବଂ ସେଗୁଡିକର ଜଗାରଖା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ସହରାଞ୍ଚଳରେ ବର୍ଷା ଓ ବନ୍ୟାଜଳ ନିଷ୍ଟାସନ ପାଇଁ ପଦକ୍ଷେପ ନିଆଯାଇଛି। ବନ୍ୟାପ୍ରବଣ ଅଞ୍ଚଳରେ ଆଗମୀ ଦୁଇ ତିନି ମାସର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା, ସ୍ବାସ୍ଥ୍ୟକେନ୍ଦ୍ର ମାନଙ୍କରେ ଅତ୍ୟାବଶ୍ୟକ ଔଷଧ ଓ ବିଶେଧନ ସାମଗ୍ରୀ ମହଜୁଦ ରଖିବା ପାଇଁ ପଦକ୍ଷେପ ନିଆଯାଇଛି।

ରାଜ୍ୟରେ ଥିବା ୮୭୯ଟି ବହୁମୁଖୀ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ଯାଞ୍ଚ କରାଯାଇ ୭୯୬ଟିର ମରାମତି କରାଯାଇଛି। ଭିଡିଓ କନ୍‌ଫରେନ୍‌ସିଂ ଦ୍ବାରା ଆୟୋଜିତ ଏହି ବୈଠକରେ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ, ବିରୋଧୀଦଳ ନେତା, ସାଂସଦ, ବିଧାୟକମାନେ ଉପସ୍ଥିତ ରହି ପ୍ରାକୃତିକ ବିପର୍ଯ୍ୟୟ ମୁକିବାଲା ନିମନ୍ତେ ସୁଚିନ୍ତିତ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.