ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ନୟାଗଡ଼ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

0

୫ ମୃତ, ଆହତଙ୍କ ପାଇଁ ସହାୟତା ଘୋଷଣା

ନୟାଗଡ଼: ଦଶପଲ୍ଲା ତହସିଲ ଅନ୍ତର୍ଗତ କୁଟିବାରି ଘାଟି ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଶନିବାର ସକାଳେ ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଏକ ଟୁରିଷ୍ଟ ବସ୍ ଭାରସାମ୍ୟ ହରାଇ ପଥର ସହ ପିଟି ଓଲଟି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଥିଲା।

ଦୁର୍ଘଟଣାରେ ଗାଡ଼ି ଚାଳକ ସହ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ମୃତକମାନେ ହେଲେ ସୁପ୍ରଭା ସାହୁ, ସୁମତି ସାହୁ, ପ୍ରବୀଣ କୁମାର ସାହୁ, ଏଲ. ହରି ପାତ୍ର ଓ ଏଲ. ଲକ୍ଷ୍ମୀ ପାତ୍ର। ବସଟିରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ବଲାଙ୍ଗୀର ହରିଶଙ୍କର ଯାତ୍ରାକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା।

ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଥିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ସେ ପ୍ରତି ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ହରେକ ସହାୟତା ଘୋଷଣା କରିଛନ୍ତି।
ଆହତମାନଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ, ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.