ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ନନ୍ଦୀଗ୍ରାମରୁ ନାମାଙ୍କନ ଦାଖଲ କଲେ ଶୁଭେନ୍ଦୁ ଅଧିକାରୀ

0

ପଶ୍ଚିମବଙ୍ଗ: ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନନ୍ଦୀଗ୍ରାମ ନିର୍ବାଚନମଣ୍ଡଳୀ ପାଇଁ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତା ନିର୍ବାଚନରେ ଦଳ ନିର୍ଣ୍ଣାୟକ ବିଜୟ ହାସଲ କରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ପୂର୍ବ ମେଦିନୀପୁର ଜିଲ୍ଲାର ହଳଦିଆରେ ଉପ-ବିଭାଗୀୟ ଅଧିକାରୀଙ୍କ ସମ୍ମୁଖରେ ସେ ନାମାଙ୍କନ ଦାଖଲ କରିଥିଲେ। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ରାଜ୍ୟ ବିଜେପି ସଭାପତି ଦିଲୀପ ଘୋଷଙ୍କ ସହ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।

ନାମାଙ୍କନ ଦାଖଲ ପରେ ଶ୍ରୀ ଅଧିକାରୀ କହିଥିଲେ ଯେ, ଏଥର ଭୋଟରମାନଙ୍କ ମଧ୍ୟରେ ବିଜେପି ପ୍ରତି ଭାରି ଆକର୍ଷଣ ଦେଖାଯାଉଛି ଏବଂ ଦଳ ଜିତିବାକୁ ପୂର୍ଣ୍ଣ ଆତ୍ମବିଶ୍ୱାସୀ। ସେ ଆହୁରି କହିଛନ୍ତି ଯେ ପଶ୍ଚିମବଙ୍ଗରେ ସ୍ୱଚ୍ଛ, ଦୁର୍ନୀତିମୁକ୍ତ ଓ ବିକାଶମୁଖୀ ସରକାର ଗଠନ ପାଇଁ ବିଜେପି ପ୍ରତିବଦ୍ଧ। ଏଥର ସେ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦିତା କରିବେ। ନନ୍ଦୀଗ୍ରାମ ସହିତ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗଡ଼ ଭବାନୀପୁରରୁ ମଧ୍ୟ ଲଢ଼ିବେ। ଉଭୟ ଆସନରୁ ବିଜୟୀ ହେବେ ବୋଲି ସେ ଦାବି କରିଛନ୍ତି। ତୃଣମୂଳ କଂଗ୍ରେସ ବିରୋଧରେ ଭବାନୀପୁରରେ ଏଥର ଏକ ହାଇ-ପ୍ରୋଫାଇଲ୍ ନିର୍ବାଚନୀ ଲଢ଼େଇ ହେବାକୁ ଯାଉଛି।

Leave A Reply

Your email address will not be published.