ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ନାଳନ୍ଦା ଶୀତଳା ମାତା ମନ୍ଦିରରେ ଦଳାଚକଟା, ୮ ମୃତ୍ୟୁ

0

ବିହାର: ନାଳନ୍ଦା ଜିଲ୍ଲାର ଦୀପନଗର ଅଞ୍ଚଳରେ ଅବସ୍ଥିତ ଶୀତଳା ମାତା ମନ୍ଦିର ରେ ମଙ୍ଗଳବାର ଭୟାବହ ଦଳାଚକଟା ଘଟଣା ଘଟିଛି। ଏହି ଅଘଟଣରେ ଏଯାଏଁ ପ୍ରାୟ ୮ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ପ୍ରଶାସନିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି ଏବଂ ମନ୍ଦିର ପରିସରକୁ ଖାଲି କରାଯାଉଛି।

ସୂଚନା ଅନୁସାରେ, ଚୈତ୍ର ମାସର ଶେଷ ମଙ୍ଗଳବାର ଅବସରରେ ମନ୍ଦିରରେ ବଡ଼ ଭିଡ଼ ଜମିଥିଲା। ମେଳା ଓ ପୂଜା-ଦର୍ଶନ ସମୟରେ ଯଥେଷ୍ଟ ବ୍ୟବସ୍ଥା ନଥିବା ଓ ଧାଡି ପ୍ରଣାଳୀ ନଥିବାରୁ ଭିଡ଼ ଅନିୟନ୍ତ୍ରିତ ହୋଇ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଘଟଣା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ଏବଂ ଅବହେଳା ସମ୍ପର୍କରେ ଖୋଜ ଖବର ନିଆଯାଉଛି।

ବିହାର ସରକାର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତା’ସହିତ ଆହତମାନଙ୍କୁ ଆବଶ୍ୟକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ନିକଟତ୍ତମ ସଂପର୍କୀୟଙ୍କ ପାଇଁ ୬ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।

Leave A Reply

Your email address will not be published.