ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ

0

ଭୁବନେଶ୍ବର: ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ଏହି ଅବସରରେ ୭୮ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ।

ପଦକ ପାଇଥିବା ଅଧିକାରୀମାନଙ୍କ ମଧ୍ୟରେ ଅତିରିକ୍ତ ଡିଜି (ନକ୍ସଲ ବିରୋଧୀ ଅଭିଯାନ) ସଂଜୀବ ପଣ୍ଡା, ଅତିରିକ୍ତ ଡିଜି (ମହିଳା ଓ ଶିଶୁ ଅପରାଧ) ଏସ. ସାଇନି, ଆଇଜିପି (ଅପରେସନ) ଡଃ ଦୀପକ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡଃ ସାର୍ଥକ ଷଡଙ୍ଗୀ, ଡିଆଇଜିପି ଅଖିଲେଶ୍ଵର ସିଂ, ଡିସିପି (ଭୁବନେଶ୍ୱର) ଜଗମୋହନ ମୀନା, ଡିସିପି (କଟକ) ଖିଲାରୀ ଋଷିକେଶ ଦ୍ୟାନଦେଓ, ଏସପି ସୁନିଲ କୁମାର ନନ୍ଦ ଓ ଏସପି ଅଶୋକ କୁମାର ଦେହୁରୀଙ୍କ ସମେତ ବିଭିନ୍ନ ବିଭାଗର ଅନେକ ଅଧିକାରୀ ରହିଥିଲେ।

ଏଥିସହିତ, ଭାରତ ସରକାର ଗୃହ ମନ୍ତ୍ରଣାଳୟ ଦ୍ୱାରା ସର୍ବଶ୍ରେଷ୍ଠ ପୋଲିସ ଥାନା ଭାବେ ପୁରସ୍କୃତ ବଡଗଡ ଥାନାର ଇନ୍ସପେକ୍ଟର ବିମଳ କୁମାର କଅଁରଙ୍କୁ ମଧ୍ୟ ଡିଜିପି ପଦକ ପ୍ରଦାନ କରାଯାଇଛି। ଏହି ସମାରୋହରେ ବହୁ ବରିଷ୍ଠ ପୋଲିସ ଅଧିକାରୀ, କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.