ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରାଜ୍ୟର ୩୦ ଜିଲ୍ଲାରେ ୧,୮୮୯ ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଉଦ୍‌ଘାଟନ

0

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଆଜି ଉଦ୍‌ଘାଟନ କରାଯାଇଛି। ଉପ-ମୁଖ୍ୟମନ୍ତ୍ରୀ ଏବଂ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱରରୁ ଆଭାସୀ ମାଧ୍ୟମରେ ଏହି କେନ୍ଦ୍ରଗୁଡ଼ିକୁ ଲୋକାର୍ପଣ କରିଥିଲେ। ଏହି ଅବସରରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଉପସ୍ଥିତ ଥିଲେ।

ଉଦ୍‌ଘାଟନ ଅବସରରେ ଉପ-ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ସୁନ୍ଦର, ସକ୍ଷମ ଓ ସୁଦୃଢ଼ ଅଙ୍ଗନବାଡ଼ି” ଗଠନ ହିଁ ସରକାରଙ୍କ ପ୍ରଧାନ ଲକ୍ଷ୍ୟ। ସେ ବିଭିନ୍ନ ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରି କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ମନ୍ତ୍ରୀ ରବି ନାରାୟଣ ନାଏକ ଏହି ପ୍ରୟାସକୁ ପ୍ରଶଂସା କରି କହିଥିଲେ ଯେ, ଆଜିର ଶିଶୁମାନେ ଆଗାମୀ ଦିନରେ ବିକଶିତ ଓଡ଼ିଶା ଗଠନରେ ମୂଳ ଭୂମିକା ନେବେ।

ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ପଞ୍ଚାୟତିରାଜ ବିଭାଗର ସମ୍ମିଳିତ ପ୍ରୟାସରେ ଏହି ପ୍ରକଳ୍ପ ସାର୍ଥକ ହୋଇଛି। ନୂତନ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ଶିଶୁ, ଗର୍ଭବତୀ ଓ ପ୍ରସୂତି ମା’ ମାନଙ୍କ ପାଇଁ ପୁଷ୍ଟିସାଧନ, ପ୍ରାରମ୍ଭିକ ଶିକ୍ଷା ଓ ସ୍ୱାସ୍ଥ୍ୟ ସଚେତନତାର ମୁଖ୍ୟ କେନ୍ଦ୍ର ଭାବେ କାମ କରିବ।କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ଏବଂ ଶାସନ ସଚିବ ଡ଼ଃ ମୃଣାଳିନୀ ଦର୍ସ୍ୱାଲ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏହାସହିତ ୩୦ଟି ଜିଲ୍ଲାର ଜିଲ୍ଲାପାଳ ଓ ବିଭିନ୍ନ ସ୍ତରର ଅଧିକାରୀମାନେ ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ।

Leave A Reply

Your email address will not be published.