ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ

0

ନ୍ୟୁଜ୍ ବ୍ୟୁରୋ: ମଧ୍ୟପ୍ରାଚ୍ୟରେ ଇରାନ ସମ୍ପର୍କିତ ଯୁଦ୍ଧ ପରିସ୍ଥିତିର ପ୍ରଭାବରେ ଭାରତରେ ଏଲ୍‌ପିଜି ଗ୍ୟାସ୍‌ ଯୋଗାଣରେ ଚାପ ସୃଷ୍ଟି ହୋଇଛି। ଏହାକୁ ମୁକାବିଲା କରିବା ସହିତ କଳାବଜାରୀକୁ ରୋକିବା ପାଇଁ ସରକାର ନୂତନ ପଦକ୍ଷେପ ନେଇଛନ୍ତି। ଏହି ପରିପ୍ରେକ୍ଷିତରେ ଏଲ୍‌ପିଜି ସିଲିଣ୍ଡର ବଣ୍ଟନ ସମୟରେ ଗ୍ରାହକଙ୍କ ବାୟୋମେଟ୍ରିକ (ଆଙ୍ଗୁଠି ଓ ଆଖି ସ୍କାନ) ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯିବ। ଏହା ଦ୍ୱାରା କଳାବଜାରୀ ଓ ଭୂତ ଗ୍ରାହକଙ୍କୁ ସହଜରେ ଚିହ୍ନଟ କରିହେବ ବୋଲି ସରକାର ଆଶା କରୁଛନ୍ତି।

ଏଲ୍‌ପିଜି ଉପରେ ଚାପ କମାଇବା ପାଇଁ ପାଇପ୍‌ ଯୋଗେ ଦିଆଯାଉଥିବା ପିଏନ୍‌ଜି (PNG) ଗ୍ୟାସ୍‌ ସଂଯୋଗକୁ ବୃହତ୍‌ ଭାବେ ପ୍ରୋତ୍ସାହନ ଦିଆଯାଉଛି। ପାଇପ୍‌ ଲାଇନ୍‌ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଏହାରେ କୌଣସି ବାଧା ନ ଆସିବା ପାଇଁ ଜିଲ୍ଲାପାଳମାନଙ୍କୁ ସରକାର ପକ୍ଷରୁ ନିର୍ଦେଶ ଦିଆଯାଇଛି। ଓଡ଼ିଶାରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ ଜାତ ଦ୍ରବ୍ୟର ସୁଚାରୁ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବରିଷ୍ଠ ଅଧିକାରୀମାନଙ୍କ ସହ ସ୍ଥିତି ସମୀକ୍ଷା କରିଛନ୍ତି।

Leave A Reply

Your email address will not be published.