ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ଓଡ଼ିଆ ପକ୍ଷ ଅବସରରେ କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଓଡ଼ିଆ ପକ୍ଷ ପାଳନ ଅବସରରେ ରାଜ୍ୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଉତ୍ସବ ଉତ୍ସାହର ସହିତ ପାଳିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କୁନି କୁନି ପିଲାଙ୍କୁ ଖଡି ଛୁଆଁଇ ଶିକ୍ଷା ଜୀବନର ଆରମ୍ଭ କରାଇଛନ୍ତି। ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ସେ ପିଲାମାନଙ୍କ ସହ ଭାବ ବିନିମୟ କରିଥିଲେ। ପରେ ସେମାନଙ୍କୁ ଖଡ଼ି ଛୁଆଁଇ ଶିକ୍ଷାର ଶୁଭାରମ୍ଭ କରାଇଥିଲେ।

ଏହି କାର୍ଯ୍ୟକ୍ରମ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ହୋଇଥିଲା। ପ୍ରତିବର୍ଷ ଭଳି ଏବେମଧ୍ୟ ନବପ୍ରବେଶୀ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ଏହି ଉତ୍ସବ ପାଳନ କରାଯାଇଛି। ଖଡ଼ି ଛୁଆଁ ଉତ୍ସବ ମାଧ୍ୟମରେ ପିଲାମାନଙ୍କୁ ଶିକ୍ଷା ପ୍ରତି ଆକର୍ଷିତ କରିବା ସହ ସ୍କୁଲ ଜୀବନ ପ୍ରତି ଆଗ୍ରହ ବୃଦ୍ଧି କରାଯାଉଛି।

Leave A Reply

Your email address will not be published.