ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି

0

ଭୁବନେଶ୍ବର: ସାରା ଓଡ଼ିଶାରେ ଏବେ ଅଗ୍ନିବର୍ଷୀ ତାତିର ଦାହ ଅନୁଭୂତ ହେଉଛି। ପ୍ରଭାତ ୯ଟା ପରେ ବାହାରୁ ଯିବା ଦୁର୍ହର ହୋଇପଡ଼ିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ମଝିମଝିରେ ଝାଞ୍ଜିପବନ ଜନଜୀବନକୁ ଅଧିକ କଷ୍ଟକର କରୁଛି। ଏହି ତୀବ୍ର ଖରା ପରିସ୍ଥିତିରେ ସାଧାରଣ ଜୀବନ ପ୍ରାୟ ଅସ୍ତବ୍ୟସ୍ତ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ନେଇଛି। ଜିଲ୍ଲାରେ ଚାଲିଥିବା ତୀବ୍ର ତାପଦାହ ଓ ଗୁଳୁଗୁଳି ପରିସ୍ଥିତିକୁ ଭାବି ୨୦ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ନିର୍ଦ୍ଦେଶ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ପକ୍ଷରୁ ଦିଆଯାଇଛି। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଏହି ଛୁଟି ଲାଗୁ ହେବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମ୍ୟ ଦେଇ ଏହି ପଦକ୍ଷେପ ନିଆଯାଇଥିବାକୁ ଜିଲ୍ଲା ପ୍ରଶାସନ ସ୍ପଷ୍ଟ କରିଛି।

Leave A Reply

Your email address will not be published.