ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ

0

ନୂଆଦିଲ୍ଲୀ: ଇଟାଲୀର ବର୍ଗାମୋ ସହରରେ ଥିବା ଏକ ଗୁରୁଦ୍ୱାର ବାହାରେ ଘଟିଥିବା ଗୁଳିକାଣ୍ଡରେ ଦୁଇଜଣ ଭାରତୀୟ ଶିଖଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଅଭିଯୁକ୍ତ ଜଣେ ଭାରତୀୟ ବୋଲି ସନ୍ଦେହ କରାଯାଉଥିବାବେଳେ, ସେ ଗୁଳି ଚଳାଇବା ପରେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି।

ଘଟଣା ପରେ ବର୍ଗାମୋ ସହରରେ ଆତଙ୍କର ପରିବେଶ ସୃଷ୍ଟି ହୋଇଛି। ପୁଲିସ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଭୟ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ସହରକୁ ସିଲ୍ କରାଯାଇ ଆକ୍ରମଣକାରୀଙ୍କୁ ଧରିବା ପାଇଁ ବ୍ୟାପକ ସର୍ଚ୍ଚ ଅପରେସନ୍ ଚାଲିଛି। ପୁଲିସ୍ ସିସିଟିଭି କ୍ୟାମେରାର ଫୁଟେଜ୍‌ ଯାଞ୍ଚ କରୁଥିବାବେଳେ ଗୁଳି ଚଳାଇବା ପରେ ଅଭିଯୁକ୍ତ ପଳାଇଥିବା ସୂଚନା ମିଳିଛି। ହଠାତ୍ ଗୁଳି ଚାଳନା ଯୋଗୁଁ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଭୟ ଓ ଆତଙ୍କ ସୃଷ୍ଟି ହୋଇଛି। ମୃତକ ଉଭୟ ଭାରତୀୟ ଶିଖ ସମ୍ପ୍ରଦାୟର ଥିବା ସୂଚନା ମିଳିଛି। ଘଟଣାର ସଠିକ୍ କାରଣ ସମ୍ପର୍କରେ ପୁଲିସ୍ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.