ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ

0

ଗଞ୍ଜାମ : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲାଲସିଂ ଗାଁର କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁ। ଏହି ଦୁଃଖଦ ଘଟଣାରେ ଆଉ ୪ ଜଣ ଛାତ୍ର ଅଳ୍ପକେ ପ୍ରାଣରକ୍ଷା କରିପାରିଛନ୍ତି।

ରବିବାର ଅପରାହ୍ନରେ ୬ ଜଣ ସାଙ୍ଗ ମିଶି ଭଞ୍ଜନଗର ଜଳଭଣ୍ଡାରକୁ ଗାଧୋଇବା ପାଇଁ ଯାଇଥିଲେ। ସେଠାରେ ପାଣିରେ ଖେଳୁଥିବା ସମୟରେ କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁ ଅଚାନକ ଗଭୀର ପାଣିରେ ବୁଡ଼ିଯାଇଥିଲେ। ସହପାଠୀମାନେ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ, କିନ୍ତୁ ବିଫଳ ହେବାରୁ ତୁରନ୍ତ ପୋଲିସ୍ ଓ ଦମକଳ ବିଭାଗକୁ ସୂଚନା ଦେଇଥିଲେ।

ଖବର ପାଇ ଭଞ୍ଜନଗର ଦମକଳ ବାହିନୀ ଓ ପୋଲିସ୍ ଟିମ୍ ଘଟଣାସ୍ଥଳକୁ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ। ସନ୍ଧ୍ୟାବେଳେ ଦୁଇ ଛାତ୍ରଙ୍କୁ ପାଣିରୁ ଉଦ୍ଧାର କରି ତୁରନ୍ତ ଭଞ୍ଜନଗର ହସ୍ପିଟାଲକୁ ନେଇଯାଇଥିଲା, କିନ୍ତୁ ସେଠାରେ ଡାକ୍ତରମାନେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

Leave A Reply

Your email address will not be published.