ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

୧୨ ଜିଲାରେ ସ୍କୁଲ ବନ୍ଦ

0

ଭୁବନେଶ୍ବର: ରାଜ୍ୟରେ ବଢ଼ୁଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବହୁ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି। ତାତି ଆହୁରି ବଢ଼ିବା ଆଶଙ୍କା ଥିବାରୁ ଆଜିଠାରୁ ୧୨ଟି ଜିଲାରେ ସ୍କୁଲ ଛୁଟି କରାଯାଇଛି। ଅଧିକାଂଶ ଜିଲାରେ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଥିବାବେଳେ କିଛି ଅଞ୍ଚଳରେ ୨୧ ଓ ୨୨ ପର୍ଯ୍ୟନ୍ତ ସାମୟିକ ବନ୍ଦ ରହିବ। ଜିଲ୍ଲାପାଳମାନେ ସ୍ଥାନୀୟ ପରିସ୍ଥିତି ଆଧାରରେ ଏହି ସିଦ୍ଧାନ୍ତ ନେଇଥିବା ସୂଚନା ମିଳିଛି। କେବଳ ବିଦ୍ୟାଳୟ ନୁହେଁ, ଅନେକ ଜିଲାରେ ଅଙ୍ଗନବାଡ଼ି କେନ୍ଦ୍ର, ମହାବିଦ୍ୟାଳୟ ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ। ତେବେ ଛୁଟି ଅବଧିରେ ଯଦି ପରୀକ୍ଷା ରହିଥାଏ, ସେଗୁଡ଼ିକୁ ସକାଳୁଆ ସମୟରେ କରାଯିବ।

ପୂର୍ବରୁ ସମ୍ବଲପୁର, ନୂଆପଡ଼ା, ଝାରସୁଗୁଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର ଓ କଳାହାଣ୍ଡି ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଥିଲା। ପରେ ଖୋର୍ଦ୍ଧା, ନୟାଗଡ଼ ଓ ଦେବଗଡ଼ ଜିଲାକୁ ମଧ୍ୟ ଏହାର ଅନ୍ତର୍ଭୁକ୍ତ କରାଯାଇଛି। ଖୋର୍ଦ୍ଧା ଜିଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରହିବ। ତଥାପି ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ସପ୍ଲିମେଣ୍ଟାରୀ ପରୀକ୍ଷା ଯଥାବତ୍ ଚାଲିବ। ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନେ ବିଦ୍ୟାଳୟକୁ ଆସି ପ୍ରଶାସନିକ କାମ କରିବେ। ନୟାଗଡ଼ ଜିଲାରେ ପ୍ରଥମେ ସକାଳୁଆ ସମୟରେ ପାଠପଢ଼ା ଚାଲୁ ରଖିବା ନିଷ୍ପତ୍ତି ହୋଇଥିଲେ ମଧ୍ୟ, ପରେ ତାତି ବଢ଼ିବାରୁ ୨୩ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ଘୋଷଣା କରାଯାଇଛି। ଦେବଗଡ଼ ଜିଲାରେ ମଧ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଏହି ସମୟ ପର୍ଯ୍ୟନ୍ତ ବନ୍ଦ ରହିବ।

ଅନ୍ୟପକ୍ଷରେ କଟକ ଜିଲାରେ ସ୍କୁଲ ସମୟ କମାଇ ଦିଆଯାଇଛି। ସକାଳ ୬.୩୦ରୁ ୯ଟା ପର୍ଯ୍ୟନ୍ତ ପାଠପଢ଼ା ହେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ପରୀକ୍ଷା ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟକଳାପ ପୂର୍ବବତ ଚାଲିବ ବୋଲି ପ୍ରଶାସନ ସ୍ପଷ୍ଟ କରିଛି।

Leave A Reply

Your email address will not be published.