ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଅନୈତିକ କାର୍ଯ୍ୟରେ ଲିପ୍ତ ଶୁଦ୍ଧ ସୁଆର ଓ ଦଇତାପତି ସେବକଙ୍କୁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

0

ପୁରୀ: ଶ୍ରୀମନ୍ଦିରର ଶୁଦ୍ଧ ସୁଆର ଓ ଦଇତାପତି ସେବକ, ଶ୍ରଦ୍ଧାନନ୍ଦ ଦାସ ମହାପାତ୍ର ଙ୍କୁ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ପୋଲିସ୍ ମୋକଦ୍ଦମା ରୁଜୁ କରାଯାଇଥିବା ଶ୍ରୀମନ୍ଦିର ପ୍ରଶାସନଙ୍କ ଦୃଷ୍ଟିକୁ ଆସିବା ପରିପ୍ରେକ୍ଷୀରେ ଆଜି ଶ୍ରୀମନ୍ଦିର ଆଇନ ଅନୁଯାୟୀ ତାଙ୍କୁ ଅନ୍ୟାଦେଶ ପାଇଁ ନିଲମ୍ବନ କରିଛନ୍ତି ମୁଖ୍ୟ ପ୍ରଶାସକ।

ଉକ୍ତ ସେବକଙ୍କ ଅନୈତିକ କାର୍ଯ୍ୟ ସମଗ୍ର ସେବକ ସମାଜ ଏବଂ ଶ୍ରୀମନ୍ଦିରର ସମ୍ମାନ ଓ ମର୍ଯ୍ୟାଦା କ୍ଷୁର୍ଣ୍ଣ କରିଥିବା ପରିପ୍ରେକ୍ଷୀରେ ଉକ୍ତ ସେବକଙ୍କ ବିରୁଦ୍ଧରେ ନିଲମ୍ବନ ଆଦେଶ ଜାରି କରାଯାଇଛି। ଏହା ଅନ୍ୟାଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବା ସହିତ ନିଲମ୍ବନ ଅବଧିରେ ଉକ୍ତ ସେବକ ସେବାରୁ ବଞ୍ଚିତ ହେବା ସହିତ ଶ୍ରୀମନ୍ଦିରରେ ପ୍ରବେଶ କରିବା ପାଇଁ ନିଷେଧାଜ୍ଞା ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ।

ଶ୍ରୀମନ୍ଦିରର ପ୍ରାୟତଃ ସେବକଙ୍କ ଆଚାର ବ୍ଯବହାର ସଠିକ ରହି ନୀତିକାନ୍ତି ସମ୍ପାଦନ ଶୃଂଖଳିତ ରହୁଥିବା ବେଳେ କିଛି ସେବକଙ୍କ ଅବାଂଛିତ କାର୍ଯ୍ଯକଳାପ ସମଗ୍ର ସେବକ ସମାଜକୁ ବଦନାମ୍ କରୁଥିବା ଦର୍ଶାଇ କୌଣସିବି ବିଶୃଂଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ଡ଼.ଅରବିନ୍ଦ ପାଢୀ।

Leave A Reply

Your email address will not be published.