ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଆସନ୍ତା କାଲି ପ୍ରକାଶିତ ହେବ ମାଟ୍ରିକ ଫଳ

0

ଭୁବନେଶ୍ବର: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମେ ୨ ଅର୍ଥାତ ଆସନ୍ତା କାଲି ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବୋର୍ଡ ମୁଖ୍ୟାଳୟରେ ଫଳ ଘୋଷଣା କରାଯିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ପ୍ରେସ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି।

ଏହାସହିତ ଷ୍ଟେଟ୍ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାର ଫଳ ମଧ୍ୟ ସେହି ଦିନେ ପ୍ରକାଶିତ ହେବ। ଚଳିତ ବର୍ଷ ରାଜ୍ୟର ୩୦୮୨ଟି କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ପରୀକ୍ଷାର୍ଥୀମାନେ ସନ୍ଧ୍ୟା ୬ଟାରୁ ବୋର୍ଡର ଅଧିକୃତ ୱେବସାଇଟ୍ www.bseodisha.ac.in ଓ www.bseodisha.nic.inରେ ନିଜ ରୋଲ୍ ନମ୍ବର ଦେଇ ଫଳ ଯାଞ୍ଚ କରିପାରିବେ।

ଇଣ୍ଟରନେଟ୍ ସୁବିଧା ନଥିବା ଅଞ୍ଚଳରେ ଏସଏମଏସ୍‌ ମାଧ୍ୟମରେ ମଧ୍ୟ ଫଳ ଜାଣିପାରିବେ। ଏହା ପାଇଁ ମୋବାଇଲରେ OR10 ଲେଖି ନିଜ ରୋଲ୍‌ ନମ୍ବର ସହ 5676750 କୁ ପଠାଇଲେ ରେଜଲ୍ଟ ମିଳିବ। ମାଟ୍ରିକ ଫଳ ପ୍ରକାଶକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି।

Leave A Reply

Your email address will not be published.