ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ରାଜଧାନୀରେ ବଜ୍ରପାତର ତାଣ୍ଡବ

0

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ରାଜଧାନୀରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଭୁବନେଶ୍ୱରର ନୀଳାଦ୍ରି ବିହାର ଅଞ୍ଚଳର ସୋମନାଥ ବସ୍ତିରେ ଏକ ଘର ଉପରେ ବଜ୍ରପାତ ହେବାରୁ ଗୋଟିଏ ପରିବାରର ୩ ଜଣ ସଦସ୍ୟ ଗୁରୁତର ଭାବେ ପୋଡ଼ି ଯାଇଛନ୍ତି।

ବଜ୍ରପାତର ତୀବ୍ର ଆଘାତରେ ଘରର ଛପର ଉଡ଼ିଯାଇଥିଲା ଓ ଘର ଭିତରେ ଥିବା ତିନିଜଣ ଗୁରୁତର ଭାବେ ଆହତ ହୋଇଥିଲେ। ସ୍ଥାନୀୟ ଲୋକମାନେ ତୁରନ୍ତ ଉଦ୍ଧାର କରି ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ସ୍ୱାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ କଟକକୁ ସ୍ଥାନାନ୍ତର କରାଯାଇଛି।ଖବର ପାଇ ଚନ୍ଦ୍ରଶେଖରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

ଅନ୍ୟପଟେ, ସାରା ଓଡ଼ିଶାରେ ବର୍ତ୍ତମାନ କାଳବୈଶାଖୀର ପ୍ରଭାବ ବ୍ୟାପକ ଭାବେ ଦେଖାଦେଉଛି। ଘଡ଼ଘଡ଼ି, ବଜ୍ରପାତ ଓ ପ୍ରବଳ ବର୍ଷାରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି। ପାଣିପାଗ ବିଭାଗ ପକ୍ଷରୁ ଆଜି ମଧ୍ୟ ରାଜ୍ୟରେ କାଳବୈଶାଖୀର ଆଶଙ୍କା ଥିବା ସତର୍କ ସୂଚନା ଜାରି କରାଯାଇଛି। ୪ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ଅନ୍ୟ ୨୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବିଶେଷକରି ଭୁବନେଶ୍ୱର ଓ କଟକରେ ଗତକାଲି ସନ୍ଧ୍ୟାରୁ ମେଘାଚ୍ଛନ୍ନ ପାଗ ସହ ବର୍ଷା ଜାରି ରହିଛି, ଯାହାରେ ଲୋକମାନଙ୍କ ଦୈନିକ ଜୀବନ ଅସୁବିଧାର ସମ୍ମୁଖୀନ ହେଉଛି।

Leave A Reply

Your email address will not be published.