ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

0

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ଆସନ୍ତା ୧୮ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ହେବାରୁ ରାଜ୍ୟ ବିଜେପି ଶିବିରରେ ବେଶ ଉତ୍ସାହ ଦେଖାଯାଇଛି।

ସୂଚନା ଅନୁଯାୟୀ, ଜଟଣୀରେ ଆୟୋଜିତ ଦୁଇ ଦିନିଆ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ସେ ଯୋଗଦେବେ। ଶିବିରର ଉଦଘାଟନୀ ଅଧିବେଶନରେ ନିତିନ ନବୀନ କର୍ମୀମାନଙ୍କୁ ସମ୍ବୋଧନ କରି ସାଙ୍ଗଠନିକ ମାର୍ଗଦର୍ଶନ ଦେବେ।

ସେହିଦିନ ସକାଳ ୯ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱ ଓ ହଜାର ହଜାର କର୍ମୀ ତାଙ୍କୁ ସ୍ୱାଗତ କରିବେ। ବିମାନବନ୍ଦରରୁ ଜଟଣୀ ପର୍ଯ୍ୟନ୍ତ ବିଶାଳ ଶୋଭାଯାତ୍ରାର ମଧ୍ୟ ଆୟୋଜନ କରାଯାଇଛି। ଏହି ରାଲି ମାଧ୍ୟମରେ ଦଳ ନିଜର ସାଙ୍ଗଠନିକ ଶକ୍ତି ପ୍ରଦର୍ଶନ କରିବାକୁ ଯୋଜନା କରିଛି।

ଅପରାହ୍ନରେ ସେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ହେବାକୁ ଥିବା କୋର କମିଟି ବୈଠକରେ ଯୋଗଦେବେ। ଏହା ସହ ମନ୍ତ୍ରୀ ଓ ଶୀର୍ଷ ନେତାମାନଙ୍କ ସହ ଆଲୋଚନା କରି ସରକାର ଓ ସଂଗଠନ ମଧ୍ୟରେ ସମନ୍ୱୟକୁ ଆହୁରି ସୁଦୃଢ଼ କରିବା ନେଇ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇପାରେ। ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ନିତିନ ନବୀନଙ୍କ ଏହି ଓଡ଼ିଶା ଗସ୍ତକୁ ବିଜେପି ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି।

Leave A Reply

Your email address will not be published.