ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ଇନ୍ଧନ ଅଭାବ ଯୋଗୁଁ ସାଧାରଣ ଜନଜୀବନ ପ୍ରଭାବିତ ହୋଇଥିବାବେଳେ ବିଭିନ୍ନ ପେଟ୍ରୋଲ ପମ୍ପରେ ଦେଖାଦେଇଛି ଅସହ୍ୟ ଭିଡ଼। ଭୁବନେଶ୍ୱର-କଟକ ଟ୍ୱିନ୍ସିଟି ସହ ପୁରୀ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜୟପୁର ଓ ରାଉରକେଲାରେ ତେଲ ପାଇଁ ଲୋକେ ରାତି ଅଧରୁ ଲାଇନ୍ରେ ଠିଆ ହେଉଛନ୍ତି। ଅନେକ ପେଟ୍ରୋଲ ପମ୍ପରେ ‘ନୋ ଷ୍ଟକ୍’ ବୋର୍ଡ ଲାଗିଥିବାରୁ ଲୋକେ ଗୋଟିଏ ଟାଙ୍କିରୁ ଅନ୍ୟ ଟାଙ୍କିକୁ ଦୌଡ଼ୁଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଥିବା ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି। ତେଲ ପାଇଁ ଗ୍ରାହକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ମଧ୍ୟ ସୃଷ୍ଟି ହେଉଛି। ଏପରିକି ଜାତୀୟ ରାଜପଥ ଉପରେ ଗାଡ଼ିର ଲମ୍ବା ଧାଡି ଲାଗି ରହୁଥିବାରୁ ଯାତାୟାତ ବ୍ୟବସ୍ଥା ପ୍ରଭାବିତ ହେଉଛି ଏବଂ ଦୁର୍ଘଟଣା ଆଶଙ୍କା ମଧ୍ୟ ବଢ଼ିଛି। ଇନ୍ଧନ ସଙ୍କଟ କେବେ ସମାଧାନ ହେବ ସେନେଇ ସାଧାରଣ ଲୋକଙ୍କ ଚିନ୍ତା ବଢ଼ିଛି।
ପ୍ରମୁଖ ଖବର
ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍
ଇରାନୀ ଧମକ ପରେ ଟ୍ରକ୍ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ