ପ୍ରମୁଖ ଖବର

ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ, ଜାଣନ୍ତୁ କଣ ହେବ ପରିବର୍ତ୍ତନ
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍, କଠୋର ଦଣ୍ଡବିଧାନକୁ ମଞ୍ଜୁରି
ଇଣ୍ଡିଆନ୍ ଆଇଡଲ୍-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
ଇଥାନଲ୍ ବିବାଦ: ୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ

ଆସନ୍ତା ୩ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା, ପବନ ସମ୍ଭାବନା

0

ଭୁବନେଶ୍ବର: ଉତ୍ତର ଝାଡ଼ଖଣ୍ଡର ବାୟୁମଣ୍ଡଳର ଉପରିଭାଗରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଏବେ ଆଭ୍ୟନ୍ତର ଓଡ଼ିଶାର ୦.୯ କିମି ଉପରେ ରହିଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ରେ ପବନର ବେଗ ଘଣ୍ଟା ପ୍ରତି ପ୍ରାୟ ୪୦-୫୦କିମି ରହିପାରେ। ବିଶେଷ କରି ଉତ୍ତର ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର କିଛି ଅଞ୍ଚଳରେ ଅଧିକ ପ୍ରଭାବ ରହିପାରେ ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେଉଁଝର , ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ , ନୟାଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ପ୍ରାୟ ୪୦-୫୦କିମି ରହିପାରେ।

ରାଜ୍ୟର ଅନ୍ୟ ସ୍ଥାନରେ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ଦିନ ତାପମାତ୍ରା ୨-୩°ସି କମିବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ସମୁଦ୍ର ଅଶାନ୍ତ ରହିବ ତେଣୁ ଏହି ସମୟରେ ସମୁଦ୍ରକୁ ଯିବା ମନା।

ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ ପୂର୍ବ ଆରବସାଗର, ଲାକ୍ଷାଦ୍ଵୀପ, ଦକ୍ଷିଣ ପଶ୍ଚିମ, ପୂର୍ବ କେନ୍ଦ୍ରୀୟ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳକୁ ପ୍ରବେଶ କରିବାପାଇଁ ପାଗ ଅନୁକୂଳ ରହିଛି। ଓଡ଼ିଶାକୁ ଜୁନ ଦ୍ଵିତୀୟ ସପ୍ତାହରେ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.